ରାଜ୍ୟରେ ଖୋଲିବ ୩୬ନୂଆ ଥାନା, ପରିଚାଳନା ନିମନ୍ତେ ୫୬୩ ନୂଆ ପଦବୀ
ଭୁବନେଶ୍ୱର: ରାଜ୍ୟରେ ଖୋଲିବ ଆଉ ୩୬ଟି ନୂଆ ଥାନା । ବର୍ଦ୍ଧିତ ଜନସଂଖ୍ୟା ଓ ପ୍ରଶାସନିକ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଏହି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ଏହି ଥାନା ଗୁଡିକୁ ଶୀଘ୍ର କାର୍ଯ୍ୟକ୍ଷମ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

ନୂତନ ଭାବରେ ଖୋଲୁଥିବା ଏହି ନୂଆ ଥାନା ଗୁଡିକ ହେଲା - ଅନୁଗୁଳର ବଗେଡିଆ ଓ ଗୋପାଳପ୍ରସାଦ, ବାଲେଶ୍ବରର ଗୋପଳପୁର ଓ ଅନନ୍ତପୁର, ବରଗଡର ବରଗଡ ଗ୍ରାମାଞ୍ଚଳ, ବ୍ରହ୍ମପୁରର ନିମଖଣ୍ଡି, ବଲାଙ୍ଗୀରର ଲକ୍ଷ୍ମୀଜୋର ଓ ଆଗଲପୁର, ବଉଦର ଘଣ୍ଟାପଡା, ଭୁବନେଶ୍ବର କମିଶନରେଟର ମୈତ୍ରୀ ବିହାର, କଟକ ଗ୍ରାମାଞ୍ଚଳର ମାଣିଆବନ୍ଧ, ଜୋଡୁମ ଓ ଭଦ୍ରେଶ୍ବର, ଦେବଗଡର ଲାଇମୁରା, ଢେଙ୍କାନାଳର ମହାବୀର ରୋଡ, ଗଞ୍ଜାମର ବେଗୁନିଆପଡା ଓ କୋଟିନଡା, ଜଗତସିଂପୁରର କୃଷ୍ଣନନ୍ଦପୁର, ଯାଜପୁରର ଅଳକୁଣ୍ଡ, ବ୍ରହ୍ମବରଦା ଓ ଦଶରଥପୁର, ଝାରସୁଗୁଡାର ଏୟାରପୋର୍ଟ ପୋଲିସ ଷ୍ଟେସନ, କଳାହାଣ୍ଡିର କରଲାପାଟ, କଲାମପୁର, କେନ୍ଦ୍ରାପଡାର ପଟାମୁଣ୍ଡାଇ ଗ୍ରାମାଞ୍ଚଳ, କୁଦାନଗରୀ କୋରୁଆ, କେନ୍ଦୁଝରର ମନୋହରପୁର, ଖୋର୍ଦ୍ଧାର ନାଚୁଣୀ, କୋରାପୁଟର ସୁଙ୍କି, ମାଲକାନଗିରିର ମାଲକାନଗିରି ସଦର କୋରକୁଣ୍ଡା, ମୟୁରଭଞ୍ଜର ଭଞ୍ଜପୁର, ନଗରଂଗପୁର ମଇଦଲପୁର, ପୁରୀର ଚାରିଛକ, ରାୟଗଡାର ରାମନାଗୁଡା, ସମ୍ବଲପୁରର ବରେଇପାଲି ଏବଂ ସୁବର୍ଣ୍ଣପୁରର ଲଚ୍ଛିପୁର ଥାନା ।
ଏହି ନୁଆ ୩୬ଟି ଥାନା ପ୍ରତିଷ୍ଠା ହେଵା ଦ୍ବାରା ଜନସାଧାରଣଙ୍କୁ ଉତ୍ତମ ପୋଲିସ ସେବା ଯୋଗାଇ ଦେବା ଦିଗରେ ଓଡିଶା ପୋଲିସର ଉଦ୍ୟମ ଆହୁରି ଶକ୍ତିଶାଳୀ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶାବ୍ୟକ୍ତ କରିଛନ୍ତି । ଏ ସମସ୍ତ ନୂଆ ଥାନାଗୁଡିକ ବର୍ତ୍ତମାନ ଥିବା ଥାନାର ବିଭକ୍ତୀକରଣ ତଥା ଫାଣ୍ଡିଗୁଡିକର up-gradation କରାଯାଇ ସୃଷ୍ଟି କରାଯାଇଛି । ଏହି ନୂତନ ଥାନା ଗୁଡିକ ନିମନ୍ତେ inspector ଠାରୁ ଆରମ୍ଭ କରି କନଷ୍ଟେବଳ ପର୍ଯ୍ୟନ୍ତ ବିଭିନ୍ନ ପାହ୍ୟାରେ ୫୬୩ଟି ନୁଆ ପଦବୀ ସୃଷ୍ଟି କରାଯାଇଛି












Click it and Unblock the Notifications