୩ ଦିନ ପରେ ପୁଣି ବଢ଼ିବ ଶୀତ

ଆଉ ୩ ଦିନ ପରେ ପୁଣି ବଢ଼ିବ ଶୀତ । ବାତ୍ୟା ମାଣ୍ଡୋସ୍‌ ପ୍ରଭାବରେ ରବିବାର ରାଜ୍ୟରେ ପାଗ ମେଘୁଆ ରହିବା ସହ କିଛି ସ୍ଥାନରେ ବର୍ଷା ହୋଇଯାଇଛି। ତେଣୁ ଶୀତ କମିଛି। ଆସନ୍ତା ୩ ଦିନ ଏମିତି ସ୍ଥିତି ଜାରି ରହିବା ପରେ ପୁଣି ଶୀତ ଫେରିବ। ତାପମାତ୍ରା ପାଖାପାଖି ୩ ଡିଗ୍ରି

ଭୁବନେଶ୍ବର: ଆଉ ୩ ଦିନ ପରେ ପୁଣି ବଢ଼ିବ ଶୀତ । ବାତ୍ୟା ମାଣ୍ଡୋସ୍‌ ପ୍ରଭାବରେ ରବିବାର ରାଜ୍ୟରେ ପାଗ ମେଘୁଆ ରହିବା ସହ କିଛି ସ୍ଥାନରେ ବର୍ଷା ହୋଇଯାଇଛି। ତେଣୁ ଶୀତ କମିଛି। ଆସନ୍ତା ୩ ଦିନ ଏମିତି ସ୍ଥିତି ଜାରି ରହିବା ପରେ ପୁଣି ଶୀତ ଫେରିବ। ତାପମାତ୍ରା ପାଖାପାଖି ୩ ଡିଗ୍ରି ଯାଏ ହ୍ରାସ ପାଇବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

 Odisha Winter

ପାଣିପାଗ କେନ୍ଦ୍ର କହିଛି, ମାଣ୍ଡୋସ୍‌ ରବିବାର ଦିନ ଦୁର୍ବଳ ହୋଇ ଲଘୁଚାପରେ ପରିଣତ ହୋଇଛି। ଉତ୍ତର ତାମିଲନାଡୁ ଓ ସଂଲଗ୍ନ ଦକ୍ଷିଣ ଆଭ୍ୟନ୍ତରୀଣ କର୍ଣ୍ଣାଟକ ଓ ଉତ୍ତର କେରଳ ପାଖାପାଖି ଏହା ଆହୁରି ଅସ୍ପଷ୍ଟ ହୋଇଛି। ଏହାସହ ଜଡ଼ିତ ଘୂର୍ଣ୍ଣିବଳୟଟି ସେହି ସମାନ ଅଞ୍ଚଳରେ ରହିଥିବା ବେଳେ ସମୁଦ୍ର ପତ୍ତନଠାରୁ ୫.୮ କିମି ଯାଏ ପରିବ୍ୟାପ୍ତ ହୋଇଛି। ଏହା ପ୍ରଭାବରେ ଦକ୍ଷିଣପୂର୍ବ ଓ ସଂଲଗ୍ନ ପୂର୍ବକେନ୍ଦ୍ରୀୟ ଆରବ ସାଗରରେ ଆସନ୍ତା ୧୩ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହା ଧୀରେଧୀରେ ପଶ୍ଚିମ ଓ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଭାରତ ଉପକୂଳରୁ ଦୂରେଇଯିବ। ତେଣୁ ଓଡ଼ିଶା କିମ୍ବା ଭାରତ ଉପ‌ରେ ଏହାର ପ୍ରଭାବ ପଡ଼ିବ ନାହିଁ।

ସେପଟେ ବାତ୍ୟା ମାଣ୍ଡୋସ୍‌ ପ୍ରଭାବରେ ରବିବାର ରାଜ୍ୟରେ ପାଗ ମେଘୁଆ ରହିବା ସହ କିଛି ସ୍ଥାନରେ ବର୍ଷା ହୋଇଯାଇଛି। ତେଣୁ ଶୀତ କମିଛି । ଆସନ୍ତା ୩ ଦିନ ଏମିତି ସ୍ଥିତି ଜାରି ରହିବା ପରେ ପୁଣି ଶୀତ ଫେରିବ । ତାପମାତ୍ରା ପାଖାପାଖି ୩ ଡିଗ୍ରି ଯାଏ ହ୍ରାସ ପାଇବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

ଅପରପକ୍ଷେ ମାଣ୍ଡୋସ୍‌ ପ୍ରଭାବରେ ରବିବାର ଦିନ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ ଓ ଗଜପତି ଆଦି ଅଞ୍ଚଳର କିଛି ସ୍ଥାନରେ ହାଲୁକା ବର୍ଷା ହୋଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+