ଶନିବାରଠୁ ବଢିବ ଶୀତ, ଥରିବ ଓଡ଼ିଶା
ଆସନ୍ତାକାଲିଠୁ ବଢିବ ଶୀତ । ଆଗାମୀ ୪ରୁ ୫ଦିନ ମଧ୍ୟରେ କମିବ ରାତ୍ରିର ତାପମାତ୍ରା । ରାତି ତାପମାତ୍ରା ଧୀରେ ଧୀରେ ୩ରୁ ୪ ଡିଗ୍ରୀ ଯାଏ ତଳକୁ କମିବାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।
ଭୁବନେଶ୍ୱର: ଆସନ୍ତାକାଲିଠୁ ବଢିବ ଶୀତ । ଆଗାମୀ ୪ରୁ ୫ଦିନ ମଧ୍ୟରେ କମିବ ରାତ୍ରିର ତାପମାତ୍ରା । ରାତି ତାପମାତ୍ରା ଧୀରେ ଧୀରେ ୩ରୁ ୪ ଡିଗ୍ରୀ ଯାଏ ତଳକୁ କମିବାର ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

ସେହିପରି କେତେକ ସ୍ଥାନରେ କୁହୁଡ଼ି ପଡ଼ିବାର ସମ୍ଭାବନା ରହିଛି। କନ୍ଧମାଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ଘନ କୁହୁଡ଼ି ପଡ଼ିବ।
ଅନୁଗୁଳ, ବଲାଙ୍ଗୀର, ଗଜପତି ଓ କଳାହାଣ୍ଡି ଜିଲ୍ଲାର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର କୁହୁଡ଼ି ପଡ଼ିବ। ରାଜ୍ୟର ଅନେକ ସ୍ଥାନରେ ୨ରୁ ୩ ଡିଗ୍ରି ପର୍ଯ୍ୟନ୍ତ ତାପାମତ୍ରା ହ୍ରାସ ପାଇବ ବୋଲି ସୂଚନା ଦେଇଛି ପାଣିପାଗ ବିଜ୍ଞାନ କେନ୍ଦ୍ର।
ଗତକାଲି ସେମିଳିଗୁଡ଼ାରେ ରାଜ୍ୟର ସର୍ବନିମ୍ନ ତାପମାତ୍ରା ୧୨.୮ ଡିଗ୍ରି ରେକର୍ଡ କରାଯାଇଥିଲା । ଏହାବ୍ୟତୀତ ବୌଦ୍ଧରେ ୧୪ ଡିଗ୍ରି ଥିବା ବେଳେ, ଦାରିଙ୍ଗବାଡ଼ିରେ ୧୪.୫, ଫୁଲବାଣୀରେ ୧୫.୫, କେନ୍ଦୁଝରଗଡ଼ରେ ୧୬, ଭବାନୀପାଟଣାରେ ୧୬.୨ ଡିଗ୍ରି ରେକର୍ଡ ହୋଇଥିଲା।












Click it and Unblock the Notifications