ରାଜ୍ୟରେ ଆରମ୍ଭ ହେଲା ଶୀତର ପ୍ରକୋପ: ଜି ଉଦୟଗିରିରେ ୧୦ ଡିଗ୍ରୀ ତଳକୁ ଖସିଲା ପାରଦ

ରାଜ୍ୟରେ ଆରମ୍ଭ ହେଲା ଶୀତର ପ୍ରକୋପ । ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତ ଆରମ୍ଭ ହୋଇଯାଇଥିବା ବେଳେ ରାଜ୍ୟର ୧୪ ସହରରେ ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଛି ।

ଭୁବନେଶ୍ୱର: ରାଜ୍ୟରେ ଆରମ୍ଭ ହେଲା ଶୀତର ପ୍ରକୋପ । ଆଭ୍ୟନ୍ତରୀଣ ଓଡ଼ିଶାରେ ଶୀତ ଆରମ୍ଭ ହୋଇଯାଇଥିବା ବେଳେ ରାଜ୍ୟର ୧୪ ସହରରେ ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଛି । ରାଜ୍ୟର ସର୍ବନିମ୍ନ ତାପମାତ୍ରା କନ୍ଧମାଳ ଜିଲ୍ଲା ଜି. ଉଦୟଗିରିରେ ରେକର୍ଡ ହୋଇଛି । ଜି ଉଦୟଗିରିରେ ୯. ୬ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି ।

weather report

ସେହିପରି ଫୁଲବାଣୀରେ ରାତି ତାପମାତ୍ରା ୧୧ ଦଶମିକ ୫, କୋରାପୁଟ ସେମିଳିଗୁଡାରେ ୧୦ ଦଶମିକ ୩, ସୁନ୍ଦରଗଡ କିରେଇରେ ୧୧ ଦଶମିକ ୭, ଦାରିଙ୍ଗବାଡରେ ୧୨ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି । ସେହିପରି କଟକ ଓ ଭୁବନେଶ୍ୱରର ରାତି ତାପମାତ୍ରା ମଧ୍ୟ କମ୍ ରହୁଛି ।

ଆଗାମୀ ୪ରୁ ୫ ଦିନ ଭିତରେ ରାଜ୍ୟର ଅନେକ ସ୍ଥାନରେ ସ୍ୱାଭାବିକ ତାପମାତ୍ରା ଠାରୁ ୨ରୁ ୩ଡିଗ୍ରୀ ଯାଏଁ ତାପମାତ୍ରା କମିବା ସମ୍ଭବନା ରହିଛି । ଏନେଇ ସୂଚନା ଦେଇଛନ୍ତି ଆଂଚଳିକ ପାଣିପାଗ କେନ୍ଦ୍ର ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+