ଆଗାକୁ ଜାଡ଼ ମାଡ଼: ଆସନ୍ତାକାଲିଠୁ ପୁଣି ବଢ଼ିବ ଶୀତ
ଆସନ୍ତା ୨୩ ତାରିଖରୁ ରାଜ୍ୟରେ ପୁଣି ବଢ଼ିବ ଶୀତ । ରାତି ତାପମାତ୍ରା ପ୍ରାୟ ୩ରୁ ୪ ଡିଗ୍ରୀ କମିଯିବ । ଏବେ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ହୋଇଥିବା ଅବପାତ ପ୍ରଭାବରେ ରାଜ୍ୟରେ ଶୀତ ସାମାନ୍ୟ କମିଛି ।
ଭୁବନେଶ୍ବର: ଆସନ୍ତା ୨୩ ତାରିଖରୁ ରାଜ୍ୟରେ ପୁଣି ବଢ଼ିବ ଶୀତ । ରାତି ତାପମାତ୍ରା ପ୍ରାୟ ୩ରୁ ୪ ଡିଗ୍ରୀ କମିଯିବ । ଏବେ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ହୋଇଥିବା ଅବପାତ ପ୍ରଭାବରେ ରାଜ୍ୟରେ ଶୀତ ସାମାନ୍ୟ କମିଛି । ଆଗକୁ ପୁଣି ଥଣ୍ଡା ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ବୈଜ୍ଞାନିକ ଉମାଶଙ୍କର ଦାସ ପୂର୍ବାନୁମାନ କରିଛନ୍ତି ।

ସେପଟେ ଆଜି ସକାଳରେ ବଙ୍ଗୋପସାଗରରେ ଥିବା ସକ୍ରିୟ ଅବପାତ ଦୁର୍ବଳ ହୋଇ ପଶ୍ଚିମ-କେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ସୁଦୃଶଃ ଲଘୁଚାପ କ୍ଷେତ୍ର ରେ ପରିଣତ ହୋଇଛି । ଆଗାମୀ ୨୪ଘଣ୍ଟା ମଧ୍ୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବା ସହ ଆହୁରି ଦୁର୍ବଳ ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଟ୍ୱିଟ୍ କରି ସୂଚନା ଦେଇଛି ।
ତେବେ ସୋମବାର ସୁନ୍ଦରଗଡ଼ କିରେଇରେ ସବୁଠୁ କମ୍ ତାପମାତ୍ରା ରେକର୍ଡ ହୋଇଛି । ଏଠାରେ ପାରଦ ୯.୨ ଡିଗ୍ରୀ ରହିଥିଲା । ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା ୧୧ ଡିଗ୍ରୀ, କୋରାପୁଟରେ ୧୧.୨, ଫୁଲବାଣୀରେ ୧୨.୨, ଦାରିଙ୍ଗିବାଡ଼ିରେ ୧୨.୫ ଓ ସୁନ୍ଦରଗଡ଼ରେ ୧୩ ଡିଗ୍ରୀ ରହିଥିଲା ।
ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ମଙ୍ଗଳବାର ଆଜି ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ, କଳାହାଣ୍ଡି ଓ ନବରଙ୍ଗପୁର ଆଦିରେ ସ୍ୱଳ୍ପ ବର୍ଷା ଆଶଙ୍କା ରହିଛି। ବୁଧବାରଠାରୁ ପାଗରେ ପରିବର୍ତ୍ତନ ଆସିବା ସହିତ ସାରା ରାଜ୍ୟରେ ପାଗ ଶୁଖିଲା ରହିବ ବୋଲି ପାଣିପାଗ କେନ୍ଦ୍ର କହିଛି।












Click it and Unblock the Notifications