Odisha Winter: ବଢୁଛି ଶୀତ, ୧୫ ଡିଗ୍ରୀ ତଳେ ୮ ସହର
ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ଧୀରେ ଧୀରେ ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟର ୮ ସହରର ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଥିଲା। ଦାରିଙ୍ଗବାଡିଠାରେ ସର୍ବନିମ୍ନ ତାପମାତ୍ରା ୧୧ ଡିଗ୍ରୀ ଛୁଇଁଥିବାବେଳେ ଝାରସୁଗୁଡା ୧୧.୭ ଡିଗ୍ରୀ, ଫୁଲବାଣୀ ୧୨ଡିଗ୍ରୀ, ରାଉରକେଲା ୧୩.୨ଡିଗ୍ରୀ, ଭଦ୍ରକ ୧୪ଡିଗ୍ରୀ ଏବଂ କୋରାପୁଟ, କେନ୍ଦୁଝରଗଡ଼ ଓ ଅନୁଗୋଳରେ ୧୪.୬ ଡିଗ୍ରୀ ରେକର୍ଡ କରାଯାଇଛି। ସେହିପରି ଆଗାମୀ ୨୪ ଘଣ୍ଟା ପାଇଁ ଭୁବନେଶ୍ୱର ଓ ଏହାର ଆଖପାଖ ଅଞ୍ଚଳରେ ଆକାଶ ମେଘୁଆ ରହିବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ଏଥିସହ ରାଜଧାନୀରେ ସର୍ବାଧିକ ତାପମାତ୍ରା ୩୨ ଡିଗ୍ରୀ ଓ ସର୍ବନିମ୍ନ ୧୭ଡିଗ୍ରୀ ରହିବ ବୋଲି ଆକଳନ କରାଯାଇଛି। ଅପରପକ୍ଷେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାର ଜିଲାଗୁଡିକର କିଛି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ପ୍ରାୟ ୪ ଡିଗ୍ରୀ ହ୍ରାସ ପାଇଛି। ସେହିପରି ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ଉତ୍ତର ଉପକୂଳ ଓଡ଼ିଶାର ଜିଲାଗୁଡିକର କିଛି ସ୍ଥାନରେ ପ୍ରାୟ ୨ରୁ ୩ ଡିଗ୍ରୀ ତାପମାତ୍ରା ହ୍ରାସ ପାଇଛି। ଅପରପକ୍ଷେ ଆଗାମୀ ୨ରୁ ୩ ଦିନ ମଧ୍ୟରେ ସାଧାରଣ ତାପମାତ୍ରା ଆହୁରି ୨ରୁ ୩ ଡିଗ୍ରୀ ସେଲସିୟସ କମିବାର ସମ୍ଭାବନା ରହିଛି। ତେବେ ୧୫ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ପାଗ ଶୁଖିଲା ରହିବ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
-
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ












Click it and Unblock the Notifications