For Quick Alerts
For Daily Alerts
ତାତିରୁ ମିଳିବ ତ୍ରାହି: କାଳବୈଶାଖୀ ପାଇଁ ୧୬ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି
ଭୁବନେଶ୍ୱର: ତାତିରୁ ମିଳିବ ତ୍ରାହି । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ କାଳବୈଶାଖୀ ସମ୍ଭାବନା ରହିଛି । ଏଥିପାଇଁ ୧୬ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ତେବେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ପାଗରେ କୌଣସି ପରିବର୍ତ୍ତନ ହେବ ନାହିଁ । ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ୪୦ ଉପରେ ରହିଲେ ମଧ୍ୟ ତାହା ସ୍ବାଭାବିକ । ୧୯ ତାରିଖ ପର୍ଯ୍ୟନ୍ତ ଉତ୍ତର ଉପକୂଳ ସହ ଦକ୍ଷିଣ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ଘଡ଼ଘଡ଼ି ଓ ବିଜୁଳି ସହ ବର୍ଷା ହୋଇପାରେ ।
୨୪ ଘଣ୍ଟା ଭିତରେ କାଳବୈଶାଖୀ ପାଇଁ ବାଲେଶ୍ୱର, ଭଦ୍ରକ, କେନ୍ଦୁଝର, ଯାଜପୁର, ମୟୁରଭଞ୍ଜ, କୋରାପୁଟ ଆଦି ଜିଲ୍ଲାକୁ ଆଲର୍ଟ ଜାରି ହୋଇଛି । ଆସନ୍ତାକାଲି ପାଇଁ ୧୬ ଜିଲ୍ଲା, ୧୭ ତାରିଖରେ ୧୮ ଜିଲ୍ଲା ଓ ୧୮ ତାରିଖରେ ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି ।
Comments
English summary
Odisha: Yellow warning to 16 Districts for Thunderstorms
Story first published: Sunday, May 15, 2022, 22:45 [IST]