ଏହି ବର୍ଷ ସୁଦ୍ଧା ଓଡ଼ିଶାର ଅର୍ଥନୀତି ୧.୫୦ ଟ୍ରିଲିୟନ ଡ଼ଲାରରେ ପହଁଞ୍ଚିବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ସହିତ ନୀତି ଆୟୋଗ ସି.ଇ.ଓ ଶ୍ରୀ ବି.ଭି.ଆର୍ ସୁବ୍ରମନିୟମ୍ ଙ୍କ ଆଲୋଚନା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ନୀତି ଆୟୋଗ ସହଯୋଗରେ ବିକଶିତ ଓଡିଶା ପାଇଁ ଭିଜନ ଡକ୍ୟୁମେଣ୍ଟ ୨୦୩୬ ଏବଂ ଭିଜନ ଡକ୍ୟୁମେଣ୍ଟ ୨୦୪୭ ପ୍ରସ୍ତୁତ କରାଯିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ ଯେ ଓଡିଶାର ବିଭିନ୍ନ କ୍ଷେତ୍ରରେ ବିକାଶର ବ୍ୟାପକ ସମ୍ଭାବନା ରହିଛି । ସମ୍ଭାବନାକୁ ସଫଳତାରେ ପରିଣତ କରିବା ଓ ଉପଯୁକ୍ତ କାର୍ଯ୍ୟାନ୍ୱୟନ ଦ୍ୱାରା ବିକାଶର ଲକ୍ଷ୍ୟ ହାସଲ କରିବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ ବୋଲି ସେ କହିଥିଲେ ।

ପ୍ରଧାନମନ୍ତ୍ରୀଙ୍କ ବିକଶିତ ଭାରତରେ ଓଡିଶା ଏକ ଅଭିବୃଦ୍ଧିର ଇଞ୍ଜିନ ହେବାର ଲକ୍ଷ୍ୟ ରଖିଛି ବୋଲି ସେ କହିଥିଲେ । ଏହା ପୂର୍ବରୁ ୨୦୩୬ରେ ସ୍ୱତନ୍ତ୍ର ଓଡିଶା ଗଠନର ୧୦୦ ବର୍ଷ ପୂରଣ ହେଉଛି । ତେଣୁ ୨୦୩୬ ଓ ୨୦୪୭କୁ ଲକ୍ଷ୍ୟ ରଖି ଦୁଇଟି ଭିଜନ ଡକ୍ୟୁମେଣ୍ଟ ପ୍ରସ୍ତୁତ କରିବା ପାଇଁ ସେ ପ୍ରସ୍ତାବ ଦେଇଥିଲେ । ସେ କହିଥିଲେ ଯେ ବର୍ତ୍ତମାନ ଓଡିଶାର ଅର୍ଥନୀତିର ଆକାର ୧୦୦ ବିଲିଅନ୍ ଡଲାରୁ ଅଧିକ ଅଛି । ୨୦୩୬ ସୁଦ୍ଧା ୫୦୦ ବିଲିଅନ୍ ଡଲାର ଓ ୨୦୪୭ ସୁଦ୍ଧା ୧.୫୦ ଟ୍ରିଲିଅନ୍ ଡଲାର ଅର୍ଥନୀତି ହାସଲ କରିବା ପାଇଁ ଓଡିଶା ଲକ୍ଷ୍ୟ ରଖିଛି ବୋଲି ସେ କହିଥିଲେ ।

mohan majhi

ନୀତି ଆୟୋଗର ସି.ଇ.ଓ ଶ୍ରୀ ସୁବ୍ରମନିୟମ କହିଥିଲେ ଯେ ପ୍ରଧାନମନ୍ତ୍ରୀଙ୍କ ଓଡିଶାର ବିକାଶ ଉପରେ ସ୍ୱତନ୍ତ୍ର ଧ୍ୟାନ ରହିଛି । ୨୦୪୭ର ବିକଶିତ ଭାରତ ଲକ୍ଷ୍ୟ ହାସଲ ପାଇଁ ସବୁ ରାଜ୍ୟର ବିକାଶ ଦରକାର । ଓଡିଶା କ୍ଷେତ୍ରରେ ୨୦୩୬ ଓ ୨୦୪୭କୁ ଲକ୍ଷ୍ୟ ରଖି ଦୁଇଟି ଭିଜନ ଡକ୍ୟୁମେଣ୍ଟ ପ୍ରସ୍ତୁତ କରିବା ପାଇଁ ନୀତି ଆୟୋଗ ପୂର୍ଣ୍ଣ ସହଯୋଗ ଯୋଗାଇଦେବ ବୋଲି ସେ କହିଥିଲେ ।

ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ ଷ୍ଟିୟରିଂ କମିଟି ଗଠନ କରାଯିବ । ନୀତି ଆୟୋଗ ସହଯୋଗରେ ଆସନ୍ତା ୩ ମାସ ମଧ୍ୟରେ ଓଡିଶା ପାଇଁ ଭିଜନ ଡକ୍ୟୁମେଣ୍ଟ ପ୍ରସ୍ତୁତ କରାଯିବ । ଏହି ଡକୁମେଣ୍ଟ ପ୍ରସ୍ତୁତ କରିବା ପାଇଁ ରାଜ୍ୟବ୍ୟାପୀ ବିଭିନ୍ନ ବର୍ଗର ଲୋକଙ୍କ ଠାରୁ ମତାମତ ମଧ୍ୟ ଗ୍ରହଣ କରାଯିବ । ଭିଜନ ଡକ୍ୟୁମେଣ୍ଟର କାର୍ଯ୍ୟାନ୍ୱୟନ ପାଇଁ ସ୍ୱତନ୍ତ୍ର ଯୋଜନା ମଧ୍ୟ ପ୍ରସ୍ତୁତ କରାଯିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+