ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି ଅଫ ଲାଇନରେ ବାଲିଯାତ୍ରା ଷ୍ଟଲ ପଞ୍ଜିକରଣ ରହିଲା ସ୍ଥଗିତ
କଟକ: ସମ୍ଭାବ୍ୟ ବାତ୍ୟା ଦାନାକୁ ଦୃଷ୍ଟିରେ ରଖି ଦୁଇ ଦିନ ପାଇଁ ଅଫ ଲାଇନରେ ବାଲିଯାତ୍ରା ଷ୍ଟଲ ପଞ୍ଜିକରଣ ସ୍ଥଗିତ କରାଯାଇଛି। ବାଲିଯାତ୍ରା କଟକ ଉତ୍ସବ ୨୦୨୪ର ଷ୍ଟଲ ଖୋଲିବା ନିମନ୍ତେ ପ୍ଲଟ ପଞ୍ଜିକରଣ ଦୁଇ ଦିନ ପାଇଁ ବନ୍ଦ ରଖାଯିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ତେବେ ଅନ୍ଲାଇନ୍ ମାଧ୍ୟମରେ baliyatra.netରେ ଏହି ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିବ। ବାତ୍ୟା ପରବର୍ତ୍ତୀ ପରିସ୍ଥିତିକୁ ଦୃଷ୍ଟିରେ ରଖି ଆସନ୍ତା ୨୬ ତାରିଖ ଅଫ୍ଲାଇନ୍ ପଞ୍ଜୀକରଣ ପ୍ରକ୍ରିୟା ନିମନ୍ତେ ନିଷ୍ପତ୍ତି ଗ୍ରହଣ କରାଯିବ

ସୂଚନାଯୋଗ୍ୟ, ଗତବର୍ଷ ୯୦୦ରୁ ଊର୍ଦ୍ଧ୍ୱ ବ୍ୟବସାୟୀ ବାଲିଯାତ୍ରା ପାଇଁ ପ୍ଲଟ୍ ପଞ୍ଜୀକରଣ କରିଥିଲେ । ଚଳିତ ବର୍ଷ ବିଶ୍ୱ ପ୍ରସିଦ୍ଧ ଐତିହାସିକ ବାଲିଯାତ୍ରା ନଭେମ୍ବର ୧୫ରୁ ଆରମ୍ଭ ହେବାକୁ ଯାଉଛି। ତେବେ ଚଳିତ ବର୍ଷ ବାଲିଯାତ୍ରାରେ ଟ୍ରାଫିକ୍ ପରିଚାଳନା ଓ ଟଏଲଟ୍ ସମସ୍ୟାକୁ ଗୁରୁତ୍ବ ଦିଆଯାଉଛି।












Click it and Unblock the Notifications