ଆଜିଠୁ ରାଜ୍ୟର ସମସ୍ତ ପେଟ୍ରୋଲ୍ ପମ୍ପ୍ରେ ତେଲ ସଙ୍କଟ ଆଶଙ୍କା
ଆଜିଠୁ ରାଜ୍ୟର ସମସ୍ତ ପେଟ୍ରୋଲ୍ ପମ୍ପ୍ରେ ତେଲ ସଙ୍କଟ ଆଶଙ୍କା । ଆଶଙ୍କା କଲେ ପେଟ୍ରୋଲିୟମ୍ ଡିଲର୍ ସଂଘ ସାଧାରଣ ସମ୍ପାଦକ । ଆଜି ଅନେକ ପେଟ୍ରୋଲ୍ ପମ୍ପ୍ରେ ତେଲ ସରିଯିବ- ସଞ୍ଜୟ ଲାଠ ।
ଆଜିଠାରୁ ରାଜ୍ୟରେ ତେଲ କ୍ରାଇସିସ୍ ଦେଖିବାକୁ ମିଳିପାରେ । ଯଦି ତେଲ ପରିବହନ ବନ୍ଦ ରହିବ, ତେବେ ଜଟିଳ ସମସ୍ୟା ସୃଷ୍ଟି ହେବ । ଓଡ଼ିଶା ଡ୍ରାଇଭର ମହାସଂଘର ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ଯୋଗୁ ସମସ୍ୟା ।

ଅନ୍ୟପକ୍ଷରେ ପରିବହନ ମନ୍ତ୍ରୀ ବିଭୂତି ଜେନା କହିଛନ୍ତି, ଡ୍ରାଇଭରମାନଙ୍କ ଯେଉଁ ପ୍ରମୁଖ ଦାବି ରହିଛି, ଯେମିତିକି ୱେଲ୍ଫେୟାର୍ ବୋର୍ଡରେ ଅଟୋ ଡ୍ରାଇଭରଙ୍କୁ ସାମିଲ କରାଯିବା । ଏହି ଦାବିକୁ ବୋର୍ଡ ବୈଠକରେ ସରଳୀକରଣ କରାଯାଇ ଅଟୋ ଡ୍ରାଇଭରମାନଙ୍କୁ ସାମିଲ କରାଯିବ । ସାଧାରଣ ଲୋକଙ୍କ ଆକ୍ରୋଶରୁ ଡ୍ରାଇଭରମାନଙ୍କୁ ସୁରକ୍ଷା ସହ ଆକ୍ରମଣକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ ପାଇଁ ସମସ୍ତ ଜିଲ୍ଲାର ଏସ୍ପିଙ୍କୁ ଚିଠି ଲେଖାଯାଇଛି । ଓଡ଼ିଶାରେ ଗଢ଼ି ଉଠିଥିବା ଶିଳ୍ପ ଓ କାରଖାନାମାନଙ୍କରେ ଓଡ଼ିଶାର ଡ୍ରାଇଭରମାନେ ଅଧିକରୁ ଅଧିକ ଯେପରି ନିଯୁକ୍ତି ପାଇବେ, ସେ ନେଇ ସରକାରୀ ନିଷ୍ପତ୍ତି ନିଆଯିବ ।
ପ୍ରତି ୧୦୦ କିମିରେ ଡ୍ରାଇଭର ସୁବିଧା କେନ୍ଦ୍ର ସ୍ଥାପନ କରାଯିବ । ପୁଲିସର ମାତ୍ରାଧିକ ଯାଞ୍ଚ ଓ କାର୍ଯ୍ୟାନୁଷ୍ଠାନ ନ ହେବା ଲାଗି ନିର୍ଦ୍ଦେଶ ଦିଆଯିବ । ୱେଲ୍ଫେୟାର ବୋର୍ଡରେ ପଞ୍ଜୀକରଣ ମାଗଣା କରାଯିବ ଆଦି ନିଷ୍କର୍ଷ ବାହାରିଛି । ଖୁବ୍ଶୀଘ୍ର ୱେଲ୍ଫେୟାର ବୋର୍ଡ ବୈଠକ କରାଯାଇ ଡ୍ରାଇଭରମାନଙ୍କ ସବୁ ଦାବି ଶୁଣାଯିବ ବୋଲି ମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି । ତେଣୁ ଡ୍ରାଇଭରମାନେ ଆନ୍ଦୋଳନରୁ ହଟିବାକୁ ମନ୍ତ୍ରୀ ନିବେଦନ କରିଥିଲେ । ଏ ନେଇ ମହାସଂଘ ସଭାପତି ପ୍ରଶାନ୍ତ ମେଣ୍ଡୁଲି କହିଛନ୍ତି, ୫ ବର୍ଷ ହେବ ଆମେ ସରକାରଙ୍କ ନିକଟରେ ଦାବି କରି ଆସୁଛୁ । କିନ୍ତୁ କେହି ଦାବି ପୂରଣ ନେଇ ପଦକ୍ଷେପ ନେଉ ନାହାନ୍ତି। ତେଣୁ ଦାବି ପୂରଣ ନ ହେବା ଯାଏଁ ଆନ୍ଦୋଳନ ଜାରି ରହିବ ।












Click it and Unblock the Notifications