ସ୍ଥଗିତ ରହିଲା ଓଜେଇଇ ପରୀକ୍ଷା, ବଢିଲା ଆବେଦନ ଅବଧି
କୋଭିଡ-୧୯ ମହାମାରୀକୁ ଦୃଷ୍ଟିରେ ରଖି ସ୍ଥଗିତ ରହିଲା ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା-ଓଜେଇଇ। ଚଳିତ ମାସ ୧୭ରୁ ୨୪ ତାରିଖ ଯାଏଁ ହେବାର ଥିଲା ପରୀକ୍ଷା ।
ଭୁବନେଶ୍ୱର: କୋଭିଡ-୧୯ ମହାମାରୀକୁ ଦୃଷ୍ଟିରେ ରଖି ସ୍ଥଗିତ ରହିଲା ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା-ଓଜେଇଇ। ଚଳିତ ମାସ ୧୭ରୁ ୨୪ ତାରିଖ ଯାଏଁ ହେବାର ଥିଲା ପରୀକ୍ଷା । କିନ୍ତୁ କରୋନା ସଂକ୍ରମଣ ସ୍ଥିତିକୁ ଦେଖି ଏହି ପ୍ରବେଶିକା ପରୀକ୍ଷାକୁ ବର୍ତ୍ତମାନ ପାଇଁ ସ୍ଥଗିତ ରଖାଯାଇଛି । କେବେ ପରୀକ୍ଷା ହେବ, ପରିସ୍ଥିତିକୁ ଦେଖି ଆସନ୍ତା ଜୁଲାଇର ପ୍ରଥମ ସପ୍ତାହରେ ନିଷ୍ପତ୍ତି ନିଆଯିବ ବୋଲି ସୂଚନା ମିଳିଛି ।

ଅପରପକ୍ଷେ ଓଜେଇଇ ପରୀକ୍ଷା ପାଇଁ ଅନ୍ଲାଇନ୍ ଅବେଦନର ସମୟ ସୀମାକୁ ବି ବଢ଼ାଇ ଦିଆଯାଇଛି । ଆବେଦନ ଅବଧି ଜୁଲାଇ ୧୨ ଓ ଫି ଦାଖଲ ଅବଧି ଜୁଲାଇ ୧୪ ତାରିଖ ଯାଏଁ ବଢ଼ାଇ ଦିଆଯାଇଛି । ଫଳରେ ଯେଉଁ ଛାତ୍ରଛାତ୍ରୀ ଏହି ପ୍ରବେଶିକା ପରୀକ୍ଷାରେ ସାମିଲ ହେବା ପାଇଁ ଆବେଦନ କରିପାରିନଥିଲେ, ସେମାନଙ୍କ ପାଇଁ ଏହା ଏକ ସୁଯୋଗ । ଓଜେଇଇ ସ୍ଥଗିତ ଏବଂ ପରୀକ୍ଷା ପାଇଁ ଆବେଦନ ଅବଧି ବୃଦ୍ଧି ନେଇ ଓଜେଇଇ ଅଧ୍ୟକ୍ଷଙ୍କ ପକ୍ଷରୁ ନୋଟିସ୍ ଜାରି କରାଯାଇଛି।
More From
-
ନେପାଳ ଯାଇଥିଲେ ବୁଲିବା ପାଇଁ ଭୟଙ୍କର ଦୁର୍ଘଟଣା ଗଲା ୭ ଭାରତୀୟଙ୍କ ଜୀବନ -
୨ ବିଜେଡି ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ୍, ରାତି ୯ଟା ଭିତରେ ନବୀନ ନିବାସକୁ ରିପୋର୍ଟ ନିର୍ଦ୍ଦେଶ -
ଜାତୀୟ ରାଜପଥରେ ଯାତ୍ରା କରିବା ହେଲେ ମହଙ୍ଗା, ବାର୍ଷିକ FASTag ଟୋଲ୍ ପାସ୍ ଫି ହୋଲା ବୃଦ୍ଧି କଲେ ସରକାର -
ରାଜ୍ୟସଭା ନିର୍ବାଚନ ପାଇଁ ଏଜେଣ୍ଟ ଘୋଷଣା କଲେ ୩ ଦଳ , ଜାଣନ୍ତୁ କାହାର କିଏ ? -
ହର୍ମୁଜ ପ୍ରଣାଳୀ ଅତିକ୍ରମ କଲା ୨ ଏଲପିଜି ଗଚ୍ଛିତ ଭାରତୀୟ ଜାହାଜ -
ଏଲପିଜି ନିୟମକୁ ସଂଶୋଧନ କଲେ କେନ୍ଦ୍ର ସରକାର, ଏଣିକି ପିଏନ୍ଜି ସଂଯୋଗ ଥିଲେ ମିଳିବ ନାହିଁ ଏଲ୍ପିଜି -
ତମିଲନାଡରେ ବିଜେପିର ରଣନୀତି, ବିଜୟଙ୍କୁ ଦେଲା ବଡ ଅଫର୍ -
ଗ୍ୟାସ ସିଲିଣ୍ଡର ବିସ୍ଫୋରଣରେ ୨ ମୃତ -
କଟକ SCB ଅଗ୍ନିକାଣ୍ଡ ; ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତି,ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ -
ଦିଲ୍ଲୀ ହାଇକୋର୍ଟରେ ୧୦କୋଟି ଟଙ୍କାର କେସ୍ ଦାଏର କଲେ କେନ୍ଦ୍ର ମନ୍ତ୍ରୀ ହରଦୀପ ସିଂହ ପୁରୀଙ୍କ ଝିଅ, ଜାଣନ୍ତୁ ପୁରା ଘଟଣା -
ଶ୍ରୀମନ୍ଦିରରେ ପ୍ରବଳ ଭିଡ଼ , ଯାତାୟାତ ବନ୍ଦ ପାଇଁ ସୂଚନା ଦେଲେ ପୁରୀ ଏସ୍ପି -
ବିବାହ ବନ୍ଧନରେ ବାନ୍ଧିହେଲେ କୁଲଦୀପ-ବଂଶୀକା












Click it and Unblock the Notifications