ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଆହତ ସେବାୟତଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ-ଆଇନ ମନ୍ତ୍ରୀ

ଆଡପ ମଣ୍ଡପକୁ ବିଜେ ଲାଗି ପହଣ୍ଡି ହେଉଥିବା ବେଳେ ବଡ଼ ଅଘଟଣ ଦେଖିବାକୁ ମିଳିଛି । ବଡ଼ ଠାକୁର ବଳଭଦ୍ର ଚାରମାଳ ଉପରେ ଖସିପଡ଼ିବାରୁ ୭ ଜଣ ସେବାୟତ ଆହତ ହୋଇଛନ୍ତି ।

ତେବେ ଏନେଇ ସୂଚନା ମିଳିବା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ନିର୍ଦ୍ଦେଶକ୍ରମେ ପୁରୀ ଗସ୍ତ କରିଥିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଏବଂ ପୃଥ୍ବୀରାଜ ହରିଚନ୍ଦନ। ସେମାନେ ପୁରୀ ଡାକ୍ତରଖାନାରେ ଭର୍ତ୍ତି ହୋଇଥିବା ଆହତ ସେବାୟତଙ୍କୁ ଭେଟିବା ସହ ସ୍ଥିତି ଅନୁଧ୍ୟାନ କରିଥିଲେ ।

rath yatra

ସୂଚନାଥାଉ କି, ମଙ୍ଗଳବାର ଜନ୍ମବେଦୀକୁ ଆଡପ ବିଜେବେଳେ ପୁରୀରେ ଘଟିଛି ବଡ଼ ଅଘଟଣ । ପହଣ୍ଡି ବେଳେ ତଳକୁ ଖସି ପଡିଛନ୍ତି ମହାପ୍ରଭୁ ବଳଭଦ୍ର । ଠାକୁର ରଥର ସିଂହାସନରୁ ଓହ୍ଲାଇବା ପରେ ପହଣ୍ଡି ଆରମ୍ଭ ହୋଇଥିଲା। କିନ୍ତୁ କିଛିବାଟ ଆସିବା ପରେ ତଳକୁ ଖସି ପଡିଥିଲେ।

ପାଖରେ ଥିବା ସେବକମାନେ ଠାକୁରଙ୍କୁ ସିଧା କରିବାକୁ ଚେଷ୍ଟା କରିଥିଲେ ମଧ୍ୟ, ଏହା ସମ୍ଭବ ହୋଇ ନ ଥିଲା। ରଥ ଉପରୁ ସେବାୟତଙ୍କ ଗୋଡ ଖସିବାରୁ ଏପରି ଅଘଟଣ ଘଟିଛି । ବଡ଼ ଠାକୁର ତଳକୁ ଖସିବାରୁ ତଳେ ଚାପି ହୋଇ ୭ ଜଣ ସେବାୟତ ଆହତ ହୋଇଛନ୍ତି । ଆହତ ସେବାୟତଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ଆହତ ସେବାୟତମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ।

ବଡ ଠାକୁର ବଳଭଦ୍ର ପଡିଯିବା ଘଟଣା । ପ୍ରତିକ୍ରିୟା ରଖିଲେ ଆହତ ସେବାୟତ । କହିଲେ, ରଥ ଉପରେ ଆବଶ୍ୟକତାଠାରୁ ଥିଲେ ଅଧିକ ସେବାୟତ । ଅଧିକ ସେବାୟତ ଥିବାରୁ ଘଟିଲା ଏପରି ଅଘଟଣ । ପ୍ରଭୁଙ୍କ ପଛ ପଟେ ଥିବା ଡୋର ଖସିଗଲା, ଯିଏ ଧରିବା କଥା ଭଲରେ ଧରିନଥିଲେ ।

ରଥ ଉପରେ ମହାପ୍ରଭୁଙ୍କ ସନ୍ଧ୍ୟାଧୂପ ସରିବା ପରେ ଆରମ୍ଭ ହୋଇଥିଲ ପହଣ୍ଡି ବିଜେ। ପହଣ୍ଡି ବେଳେ ଖସି ପଡିଥିଲେ ବଡ଼ ଠାକୁର। ଆଡ଼ପ ପହଣ୍ଡି ବେଳେ ଖସି ପଡ଼ିଲେ ବଡ଼ ଠାକୁର ବଳଭଦ୍ର । ଚାରମାଳ ଉପରେ ହାମୁଡେଇ ପଡ଼ିଲେ ବଡ଼ ଠାକୁର ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+