Get Updates
Get notified of breaking news, exclusive insights, and must-see stories!

ଓଡିଶା ଗସ୍ତର ଶେଷ ଦିନରେ ପୁରୀ-କୋଣାର୍କ ବୁଲି ଦେଖିଲେ ରାଷ୍ଟ୍ରପତି

ଓଡିଶା ଗ୍ସତର ଶେଷ ଦିନରେ ଆଜି ପୁରୀ-କୋଣାର୍କ ବୁଲି ଦେଖିଛନ୍ତି ରାଷ୍ଟ୍ରପତି ।

ଭୁବନେଶ୍ବର: ଆଜି ଶେଷ ହେଉଛି ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କ ଓଡିଶା ଗସ୍ତ । 3 ଦିନିଆ ଓଡିଶା ଗସ୍ତରେ ଆସିଲେ ରାଷ୍ଟ୍ରପତି କୋବିନ୍ଦ । ଗତକାଲି ରାଉଲକେଲା ଏନଆଇଟିର ସମାବର୍ତ୍ତନ ଉତ୍ସବରେ ଯୋଗ ଦେଇଥିଲେ ରାଷ୍ଟ୍ରପତି ରାମନାଥ । ପରେ ରାଉଲକେଲା ସୁପରସେପାଲିଟ ହ୍ସପିଟାଲର ଉଦଘାଟନ କରିଥିଲେ । ତେବେ ଓଡିଶା ଗ୍ସତର ଶେଷ ଦିନରେ ଆଜି ପୁରୀ-କୋଣାର୍କ ବୁଲି ଦେଖିଛନ୍ତି ରାଷ୍ଟ୍ରପତି ।

Ramnath Kovind

ପ୍ରଥମେ ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ରାଷ୍ଟ୍ରପତିଙ୍କ ସହ ତାଙ୍କ ପତ୍ନୀ, ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଏବଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି । ସକାଳ ପ୍ରାୟ ୯ଟାରେ ରାଷ୍ଟ୍ରପତିଙ୍କୁ, ଗଜପତି ମହାରାଜ ସିଂହଦ୍ୱାର ନିକଟରେ ସ୍ୱାଗତ କରିଥିଲେ । ଏହାପରେ ରାଷ୍ଟ୍ରପତିଙ୍କୁ ମନ୍ଦିର ଭିତରକୁ ପାଛୋଟି ନେଇଥିଲେ । ଆଜି ସ୍ୱତନ୍ତ୍ର ହେଲିକପ୍ଟର ଯୋଗେ ପୁରୀରେ ପହଞ୍ଚିଲେ ରାଷ୍ଟ୍ରପତି ରାମନାଥ କୋବିନ୍ଦ। ତେବେ ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ପୁରୀରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଥିଲା।

ପରେ ବିଶ୍ୱ ପ୍ରସିଦ୍ଧ କୋଣାର୍କ ମନ୍ଦିର ବୁଲି ଦେଖିଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ପୁରୀରୁ ବାୟୁସେନାର ସ୍ୱତନ୍ତ୍ର ହେଲିକପ୍ଟରରେ କୋଣାର୍କ ପହଂଚିବା ପରେ କଡା ସୁରକ୍ଷାରେ ସୂର୍ଯ୍ୟ ମନ୍ଦିର ବୁଲି ଦେଖିଛନ୍ତି । କୋଣାର୍କ ମନ୍ଦିର ବୁଲି ଦେଖିବା ପରେ ଇଣ୍ଡିଆନ ଅଏଲ ପକ୍ଷରୁ ନିର୍ମିତ ବ୍ୟାଖ୍ୟାନ କେନ୍ଦ୍ର ପରିଦର୍ଶନ କରିବେ ରାଷ୍ଟ୍ରପତି । ଏହାପରେ ମଧ୍ୟାହ୍ନ ଭୋଜନ କୋଣାର୍କ ଯାତ୍ରୀ ନିବାସରେ କରିବା କାର୍ଯ୍ୟସୂଚୀ ରହିଛି । ପରେ ଅପରାହ୍ଣ ୪ଟା ୪୫ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଁଚିବେ । ସେଠାରୁ ସ୍ୱତନ୍ତ୍ର ବିମାନରେ ପ୍ରାୟ ୭ଟା ୧୫ରେ ରାଷ୍ଟ୍ରପତି ଦିଲ୍ଲୀରେ ପହଁଚିବା କାର୍ଯ୍ୟକ୍ରମ ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+