୧୪ ରେ ଖୋଲିବ ରତ୍ନ ଭଣ୍ଡାର ! ଆସିଲା ବଡ ଖବର

୧୪ରେ ଖୋଲିପାରେ ଶ୍ରୀମନ୍ଦିର ରତ୍ନଭଣ୍ଡାର । ଏହି ସୂଚନା ଦେଇଛନ୍ତି ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ । ଆଜି କମିଟିର ଦ୍ୱିତୀୟ ବୈଠକ ବସିଥିଲା । ବୈଠକ ପରେ ଜଷ୍ଟିସ ବିଶ୍ୱନାଥ ରଥ କହିଛନ୍ତି, ୧୪ରେ ଖୋଲିବାକୁ ସରକାରଙ୍କୁ ପ୍ରସ୍ତାବ ଦିଆଯିବ । ଆଶା କରୁଛୁ ସରକାର ୧୪ରେ ଖୋଲିବାକୁ ଅନୁମତି ଦେବେ । ସରକାରଙ୍କ ଅନୁମତି ପାଇଲେ ରତ୍ନଭଣ୍ଡାର ଖୋଲାଯିବ ।

ratn bhandar

ଦୁଇ ଦିନ ତଳେ କମିଟିର ପ୍ରଥମ ବୈଠକ ପରେ ଜଷ୍ଟିସ୍ ରଥ ଗଣମାଧ୍ୟମକୁ ସୂଚନା ଦେଇଥିଲେ ଯେ, ଭଣ୍ଡାରର ଡୁପ୍ଲିକେଟ ଚାବି ଟ୍ରେଜେରୀରେ ଥିବା ସ୍ପଷ୍ଟ ହୋଇଛି । ୯ ତାରିଖ ଅର୍ଥାତ୍ ଆଜିର ବୈଠକରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଚାବି ଉପସ୍ଥାପନ କରିବେ । ଚାବି ଉପସ୍ଥାପନ ହେଲା ପରେ, ରତ୍ନଭଣ୍ଡାର କେବେ ଖୋଲାଯିବ ସେନେଇ ନିଷ୍ପତ୍ତି ନିଆଯିବ ।

ତେବେ ବହୁ ଦଶନ୍ଧିରୁ ଖୋଲା ଯାଇନଥିବା ପୁରୁଣା ତାଲା କଳଙ୍କି କିମ୍ବା ଅନ୍ୟ କୌଣସି କାରଣରୁ ଡୁପ୍ଲିକେଟ ଚାବିରେ ନଖୋଲିଲେ, ତାଲାକୁ ଭାଙ୍ଗି ଦିଆଯିବ । ଏସବୁ ପ୍ରକ୍ରିୟା କେମିତି କରାଯିବ, ସେନେଇ ଏସ୍ଓପି ପ୍ରସ୍ତୁତ କରି ସରକାରଙ୍କଠାରେ ଉପସ୍ଥାପନ କରାଯିବ ।ଅସ୍ଥାୟୀ ଭାବେ ଅଳଙ୍କାର ଗୁଡ଼ିକର ସ୍ଥାନାନ୍ତର, ତାହାର ଗଣତିମଣତି ଏବଂ ରତ୍ନଭଣ୍ଡାର ମରାମତି ସଂପର୍କରେ ମଧ୍ୟ ଆଜି ଧାର୍ଯ୍ୟ ହୋଇପାରେ ମୋଡାଲିଟି । ପୂର୍ବରୁ ଜଷ୍ଟିସ ଅରଜିତ ପଶାୟତଙ୍କ ଅଧ୍ୟକ୍ଷତାରେ ଗଠିତ ୧୨ଜଣିଆ କମିଟିକୁ ଭାଙ୍ଗି ରାଜ୍ୟ ସରକାର ଜଷ୍ଟିସ ଶ୍ରୀ ରଥଙ୍କ ଅଧ୍ୟକ୍ଷତାରେ ନୂଆ ରତ୍ନଭଣ୍ଡାର ଯାଞ୍ଚ କମିଟି ଗଠନ କରିଛନ୍ତି ।

କମିଟି ଗଠନ ପରେ ଏହାର ପ୍ରଥମ ବୈଠକ ଗତ ୬ ତାରିଖରେ ଶ୍ରୀମନ୍ଦିର କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଥିଲା । ୧୮୦୫ରେ ତତ୍କାଳୀନ ପୁରୀ ଜିଲ୍ଲାପାଳ ଚାର୍ଲସ୍ ଗ୍ରୋମ୍ ରତ୍ନଭଣ୍ଡାରର ସମ୍ପଦ, ରତ୍ନ ସହ ଅଳଙ୍କାରର ବିସ୍ତୃତ ତାଲିକା କରାଇଥିଲେ । ସେହି ସମୟରେ ୭୪ ପ୍ରକାର ଅଳଙ୍କାର ସହିତ ମୋଟ ୧୩ଶହ ୩୩ଟି ଦ୍ରବ୍ୟ ଥିଲା ।ସେହିପରି ୧୨୮ଟି ସ୍ୱର୍ଣ୍ଣମୁଦ୍ରା, ୧୨ଶହ ୯୭ଟି ରୌପ୍ୟମୁଦ୍ରା, ୧୦୬ଟି ତାମ୍ରମୁଦ୍ରା ଓ ୨୪ଟି ପ୍ରାଚୀନ ସ୍ୱର୍ଣ୍ଣମୁଦ୍ରା ଥିବା ଦର୍ଶା ଯାଇଥିଲା । ଏହାପରେ ୧୯୭୮ରେ ୭୧ ଦିନ ଧରି ପ୍ରସ୍ତୁତ କରାଯାଇଥିଲା ଆଉ ଏକ ତାଲିକା । ୩ ଶ୍ରେଣୀର ଅଳଙ୍କାର ଥିବା ରତ୍ନଭଣ୍ଡାରରେ ସେତେବେଳେ ମୋଟ୍ ୪୫୪ ପ୍ରକାରର ୧୨, ୮୮୩ ଭରିର ସୁନା ଅଳଙ୍କାର, ୨୯୩ ପ୍ରକାରର ୨୨, ୧୫୩ ଭରିର ରୂପା ଅଳଙ୍କାର ଥିଲା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+