ନିର୍ବାଚନ କାର୍ଯ୍ୟରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ପାଇଁ ଗୋଟିଏ ଦିନ ସ୍ୱତନ୍ତ୍ର ସାମୟିକ ଛୁଟି
ଭୁବନେଶ୍ବର: ଆଗାମୀ ଲୋକସଭା ଓ ଓଡ଼ିଶା ବିଧାନସଭା ସାଧାରଣ ନିର୍ବାଚନ -୨୦୨୪ ପରିପ୍ରେକ୍ଷୀରେ ନିର୍ବାଚନ କାର୍ଯ୍ୟରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ପାଇଁ ରାଜ୍ୟ ସରକାର ଗୋଟିଏ ଦିନ ସ୍ଵତନ୍ତ୍ର ସାମୟିକ ଛୁଟି ମଞ୍ଜୁର କରିଛନ୍ତି । ନିର୍ବାଚନ ପରିଚାଳନାରେ ନିୟୋଜିତ କର୍ମଚାରୀମାନେ ନିର୍ବାହ କରୁଥିବା କାର୍ଯ୍ୟ କଷ୍ଟକର ହୋଇଥାଏ । ଏହାକୁ ଦୃଷ୍ଟିରେ ରଖ୍ ଯେଉଁ ସରକାରୀ କର୍ମଚାରୀମାନେ ସାଧାରଣ ନିର୍ବାଚନ, ୨୦୨୪ କାର୍ଯ୍ୟରେ ନିୟୋଜିତ ହେବେ, ସେମାନଙ୍କୁ ଡ୍ୟୁଟି ପରେ ଗୋଟିଏ ଦିନ ସ୍ଵତନ୍ତ୍ର ସାମୟିକ ଛୁଟି ଦିଆଯିବ । ସେମାନଙ୍କୁ କ୍ୟାଲେଣ୍ଡର ବର୍ଷରେ ସାଧାରଣତଃ ଗ୍ରହଣୀୟ ସାମୟିକ ଛୁଟି(କାଜୁଆଲ ଲିଭ୍) ଏବଂ ସ୍ବତନ୍ତ୍ର ଛୁଟି (ସ୍ପେସାଲ ସିଏଲ) ବ୍ୟତୀତ ଏହି ସ୍ବତନ୍ତ୍ର ସାମୟିକ ଛୁଟି ଦିଆଯିବା ପାଇଁ ସରକାରଙ୍କ ତରଫରୁ ଅନୁମତି ପ୍ରଦାନ କରାଯାଇଛି ।
ଏ ସମ୍ପର୍କରେ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନା ପତ୍ର ମାଧ୍ୟମରେ ସମସ୍ତ ବିଭାଗ ତଥା ବିଭାଗୀୟ ମୁଖ୍ୟମାନଙ୍କୁ ଜଣାଇଛନ୍ତି । ପ୍ରଶାସନିକ ସୁବିଧାକୁ ଦୃଷ୍ଟିରେ ରଖ୍ ସମ୍ପୃକ୍ତ କାର୍ଯ୍ୟାଳୟ ମୁଖ୍ୟଙ୍କ ବିଚାର ଓ ନିଷ୍ପଭି ଆଧାରରେ ଏହି ଛୁଟି ପ୍ରଦାନ କରାଯିବ । ତଦନୁସାରେ ସମସ୍ତ ଅଧସ୍ତନ କାର୍ଯ୍ୟାଳୟଗୁଡିକୁ ମଧ୍ଯ ଅବଗତ କରାଯିବା ନେଇ ନିର୍ଦ୍ଦେଶ ଦିଆଯାଇଛି । ଏହି ମର୍ମରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧ୍ୟାକାରୀଙ୍କ କାର୍ଯ୍ୟାଳୟ ତରଫରୁ ମଧ୍ୟ ରାଜ୍ୟର ସମସ୍ତ ରାଜସ୍ବ ଆୟୁକ୍ତ (ଆରଡିସି) ଏବଂ ସମସ୍ତ ଜିଲ୍ଲା ନିର୍ବାଚନ ଅଧ୍ୟାକାରୀ ତଥା ଜିଲ୍ଲାପାଳମାନଙ୍କ ଅବଗତି ଓ କାର୍ଯ୍ୟାନୁଷ୍ଠାନ ନିମନ୍ତେ ଅବଗତ କରାଯାଇଛି ।

ସେହିପରି ଯେଉଁ ସରକାରୀ କର୍ମଚାରୀମାନଙ୍କୁ ସେମାନେ ଅବସ୍ଥାପିତ ମୁଖ୍ୟାଳୟଠାରୁ ଦୂରସ୍ଥାନରେ ଥିବା ନିଜ ମତଦାନ କେନ୍ଦ୍ରକୁ ଯାଇ ନିଜର ମତାତ୍କାର ସାବ୍ୟସ୍ତ କରିବାର ଅଛି, ସେମାନଙ୍କୁ ପୂର୍ବ ନିର୍ବାଚନ ସମୟରେ ସର୍ବାଧିକ ଦୁଇ ଦିନ ପାଇଁ ସ୍ବତନ୍ତ୍ର ସାମୟିକ ଛୁଟିକୁ ଅନୁମତି ପ୍ରଦାନ କରାଯାଇଛି । ଓଡ଼ିଶାରେ ଆଗାମୀ ୧୩.୦୫.୨୦୨୪ (ସୋମବାର), ୨୦.୦୫.୨୦୨୪ (ସୋମବାର), ୨୫.୦୫.୨୦୨୪ (ଶନିବାର) ଏବଂ ୦୧.୦୬.୨୦୨୪ (ଶନିବାର) ରେ ପର୍ଯ୍ୟାୟକ୍ରମେ ମତଦାନ ଅନୁଷ୍ଠିତ ହେଉଥିବାରୁ ଚଳିତ ସାଧାରଣ ନିର୍ବାଚନ -୨୦୨୪ରେ ମଧ୍ୟ ସମାନ ସୁବିଧା ମିଳିବ ବୋଲି ନିଷ୍ପଭି ନିଆଯାଇଛି ।
ମତଦାନ ଦିନ ନିର୍ବାଚନ ମଣ୍ଡଳୀ ଅଞ୍ଚଳରେ ସରକାରୀ ଛୁଟି ଘୋଷଣା କରାଯାଇଛି । କିନ୍ତୁ ସରକାରୀ କର୍ମଚାରୀ, ଯେଉଁମାନେ ସେମାନଙ୍କ ମତଦାନ କେନ୍ଦ୍ରଠାରୁ ଦୂରରେ ସ୍ଥାନରେ ଅବସ୍ଥାପିତ ହୋଇଛନ୍ତି, ସେମାନଙ୍କୁ ଭୋଟ୍ ଦେବା ପାଇଁ ସେଠାକୁ ଯିବାକୁ ପଡୁଥିବାରୁ ଉପରୋକ୍ତ ଦିବସଗୁଡିକରେ କର୍ମଚାରୀମାନଙ୍କୁ ଆବଶ୍ୟକ ସ୍ଥଳେ ଦୁଇ ଦିନ (ମତଦାନର ପୂର୍ବ ଦିନ ଏବଂ ମତଦାନ ପରବର୍ତୀ ଦିନ) ପାଇଁ ସ୍ବତନ୍ତ୍ର ସାମୟିକ ଛୁଟି ଅନୁମତି ପ୍ରଦାନ କରାଯିବାକୁ ଏ ସଂକ୍ରାନ୍ତରେ ମଧ୍ୟ ମୁଖ୍ୟ ଶାସନ ସଚିବ ପତ୍ର ପ୍ରେରଣ କରିଛନ୍ତି । ଯେଉଁ କର୍ମଚାରୀମାନେ କାର୍ଯ୍ୟରତ ମୁଖ୍ୟାଳୟଠାରୁ ଦୂରରେ ଥିବା ମତଦାନ କେନ୍ଦ୍ରରେ ନିଜର ମତାଧିକାର ସାବ୍ୟସ୍ତ କରିବାକୁ ଚାହୁଁଛନ୍ତି, କିନ୍ତୁ ସେଦିନ ସେମାନଙ୍କର କାର୍ଯ୍ୟାଳୟ ଥିବା ନିର୍ବାଚନ ମଣ୍ଡଳୀରେ ମତଦାନ ହେଉନଥିବାରୁ ଛୁଟି ପାଉନାହାଁନ୍ତି, ସେମାନଙ୍କୁ ମତଦାନ ପରବର୍ତ୍ତୀ ଦିନ ଆଉ ଗୋଟିଏ ଦିନ ପାଇଁ ସ୍ବତନ୍ତ୍ର ସାମୟିକ ଛୁଟି ପ୍ରଦାନ କରାଯିବ । ମଞ୍ଜୁର ହେବାକୁ ଥିବା ଛୁଟିଗୁଡିକୁ
ସ୍ୱତନ୍ତ୍ର ସାମୟିକ ଛୁଟି ଭାବରେ ବିବେଚନା କରାଯିବ, ଯାହା କ୍ୟାଲେଣ୍ଡର ବର୍ଷରେ ଜଣେ ସରକାରୀ କର୍ମଚାରୀଙ୍କ ପାଇଁ ସାଧାରଣତଃ ଗ୍ରହଣୀୟ ୧୫ ଦିନର କାଜୁଆଲ ଛୁଟି ଏବଂ ସ୍ପେଶାଲ କାଜୁଆଲ ଛୁଟିର ସମୁଦାୟ ଅବଧୂ ହିସାବରେ ବିଚାରକୁ ନିଆଯିବ ନାହିଁ । ଏ ସଂପର୍କରେ ନିର୍ଦ୍ଦିଷ୍ଟ ନିର୍ବାଚନ ମଣ୍ଡଳୀ ଆଧାରରେ କର୍ମଚାରୀଙ୍କ ଲିଖତ ଆବେଦନକୁ ବିଚାରକୁ ନେବା ପାଇଁ ଯଥେଷ୍ଟ ହେବ । ସରକାରୀ କାର୍ଯ୍ୟରେ କ୍ଷତି ନ ପହଞ୍ଚାଇ କର୍ମଚାରୀମାନଙ୍କୁ କିପରି ଛୁଟି ପ୍ରଦାନ କରାଯାଇପାରିବ, ସେ ସମ୍ପର୍କରେ ଛୁଟି ମଞ୍ଜୁରକାରୀ କର୍ତ୍ତୃପକ୍ଷ ଧ୍ୟାନ ଦେବେ ।
ସାଧାରଣତଃ କର୍ମଚାରୀମାନେ ସେମାନଙ୍କ ମତାଧ୍ଧକାର ପ୍ରୟୋଗରେ ଯେପରି ଅସୁବିଧାର ସମ୍ମୁଖୀନ ନ ହେବେ , ସେ ସଂପର୍କରେ ଦୃଷ୍ଟି ଦେବାକୁ ସବୁ ବିଭାଗୀୟ ମୁଖ୍ୟ, ସମସ୍ତ ସରକାରୀ ଉଦ୍ୟୋଗ,ନିଗମ ଓ ବୋର୍ଡର କର୍ତ୍ତୃପକ୍ଷମାନଙ୍କୁ ଉପରୋକ୍ତ ମର୍ମରେ ପତ୍ର ପ୍ରେରଣ କରାଯିବା ସହ ସେହି ଅନୁଯାୟୀ ସବ୍-ଅର୍ଡିନେଟ୍ ଅଫିସଗୁଡ଼ିକୁ ମଧ୍ଯ ଅବଗତ କରାଯିବା ସଂପର୍କରେ ପତ୍ରରେ ଉଲ୍ଲେଖ ରହିଛି ।












Click it and Unblock the Notifications