ଗୋଟିଏ ପରିବାରର ୩ ଜଣଙ୍କ ଆତ୍ମହତ୍ୟା ଉଦ୍ୟମ
Odisha News: କଟକ ସିଡିଏ ସେକ୍ଟର ୬ ଅଞ୍ଚଳରେ ଗୋଟିଏ ପରିବାରର ୩ ଜଣ ଆତ୍ମହତ୍ୟା କରିବାକୁ ଉଦ୍ୟମ କରିଛନ୍ତି । ଗୁରୁତର ଅବସ୍ଥାରେ ବାପା, ମାଆ ଓ ପୁଅଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ବେଙ୍ଗାଲୁରୁର ଏକ ଆଇଟି କମ୍ପାନୀରେ ସଫ୍ଟୱେର ଇଞ୍ଜିନିୟର ଭାବେ କାର୍ଯ୍ୟ କରୁଥିବା ସୌମ୍ୟ ରଞ୍ଜନ ପଣ୍ଡା ତାଙ୍କ ବାପା ଉମାଚରଣ ପଣ୍ଡା ଏବଂ ମା' ସରୋଜିନୀ ପଣ୍ଡା ବିଷ ପିଇ ଆତ୍ମହତ୍ୟା କରିବା ପାଇଁ ଉଦ୍ୟମ କରିଥିବା ନେଇ ପ୍ରାଥମିକ ତଦନ୍ତରୁ ସ୍ପଷ୍ଟ ହୋଇଛି ।

ଗୁରୁବାର ଦିନ ଏହି ପରିବାର ଆତ୍ମହତ୍ୟା କରିବା ପାଇଁ ଉଦ୍ୟମ କରିଥିଲେ ସମସ୍ତଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ଏସସିବି ମେଡିକାଲରେ ଭର୍ତ୍ତି କରାଯାଇଛି ସମସ୍ତଙ୍କ ଚିକିତ୍ସା ଜାରି ରହିଛି । ତେବେ କେଉଁ କାରଣରୁ ଏହି ପରିବାର ଏପରି ନିଷ୍ପତ୍ତି ନେଲା ତାହା ଏ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ନାହିଁ । ମର୍କତ ନଗର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।












Click it and Unblock the Notifications