ସୁରକ୍ଷା କର୍ମୀ-ମାଓବାଦୀ ଗୁଳି ବିନିମୟ, ଜଣେ ମାଓବାଦୀ ନିହତ
ମାଲକାନଗିରି: ଛତିଶଗଡ ସୀମାନ୍ତ ସୁକୁମା ଜିଲ୍ଲାରେ ହୋଇଛି ଏନକାଣ୍ଟର । ସୁରକ୍ଷା କର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି । ସୁରକ୍ଷା କର୍ମୀ ଗୁଳିରେ ଜଣେ ମାଓବାଦୀ ନିହତ ହୋଇଥିବା ସୂଚନା ମିଳିଛି । ଏବେବି ଜଙ୍ଗଲରେ ସର୍ଚ୍ଚ ଅପରେସନ ଜାରି ରହିଛି ।

ଖବର ଅନୁଯାୟୀ, ବୁର୍କାଲଙ୍କା ଜଙ୍ଗଲରେ ମାଓବାଦୀ ମାନେ ଏକ କ୍ୟାମ୍ପ କରି ରହିଥିବା ନେଇ ପୋଲିସର ଗୁଇନ୍ଦା ବିଭାଗକୁ ସୁଚନା ମିଳିଥିଲା । ଏହାକୁ ଆଧାର କରି ଡିଆରଜି ବାହିନୀ ପକ୍ଷରୁ ସେଠାରେ କମ୍ବିଂ ଅପରେସନ ଆରମ୍ଭ ହୋଇଥିଲା । ଜବାନଙ୍କୁ ଦେଖି ମାଓବାଦୀମାନେ ପ୍ରଥମେ ଗୁଳିଚାଳନା କରିଥିଲେ । ଏହାର ପାଲଟା ଜବାବରେ ସୁରକ୍ଷା କର୍ମୀ ଗୁଳି ଚଳାଇଥିଲେ । ବର୍ତ୍ତମାନ ସେଠାରେ ସର୍ଚ୍ଚ ଅପରେସନ ଜାରି ରହିଥିବା ବେଳେ ଜଣେ ହାର୍ଡକୋର ମାଓବାଦୀଙ୍କ ମୃତଦେହ ଠାବ ହୋଇଛି । ଘଟଣାସ୍ଥଳରୁ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ କରିଛନ୍ତି ସୁରକ୍ଷାକର୍ମୀ । ଘଟଣାସ୍ଥଳରେ ସର୍ଚ୍ଚ ଅପରେସନକୁ ଜୋରଦାର କରାଯାଇଥିବା ସୂଚନା ମିଳିଛି।












Click it and Unblock the Notifications