ଡିଜିଟାଲ ଆରେଷ୍ଟ କରି କୋଟିଏ ଟଙ୍କା ଠକେଇ ମାମଲା, ଜଣେ ଗିରଫ

କଟକ: ଦିନକୁ ଦିନ ବୃଦ୍ଧି ପାଉଛନ୍ତି ସାଇବର ଠକ । ନିଜକୁ ଟ୍ରାଇ ଏବଂ ମୁମ୍ବାଇ ସାଇବର କ୍ରାଇମ ଡିଭିଜନ ପୋଲିସ କର୍ମଚାରୀର ପରିଚୟ ଦେଇ ଗିରଫ କରିବାର ଧମକ ଦେବା ସହ ଜଣେ ବ୍ୟକ୍ତିଙ୍କ ଠାରୁ କୋଟିଏରୁ ଉର୍ଦ୍ଧ୍ଵ ଟଙ୍କା ଠକିବାର ଅଭିଯୋଗରେ କ୍ରାଇମବ୍ରାଞ୍ଚ ଜଣେ ଅଭିଯୁକ୍ତକୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ଜଣକ ତେଲେଙ୍ଗାନା ନିଜାମାବାଦର ଅବଦୁଲ ସଲିମ (୩୩) ।ପୋଲିସ ଅଭିଯୁକ୍ତ ଠାରୁ ମୋବାଇଲ ଫୋନ, ୩ଟି ସିମ କାର୍ଡ, ସାଉଦି ଆରବର ସିମକାର୍ଡ, ପାସବୁକ, ପାସପୋର୍ଟ, ଆଧାର କାର୍ଡ, ପାନ କାର୍ଡ, ଡେବିଟ କାର୍ଡ ଓ କ୍ରେଡିଟ କାର୍ଡ ଜବତ କରିଛି । ଅଭିଯୁକ୍ତ ସଲିମ ନାମରେ ସାରା ଦେଶରେ ୧୩ରୁ ଅଧିକ ମାମଲାରେ ସମ୍ପୃକ୍ତି ଥିବା ତଦନ୍ତରେ ପୋଲିସ ଜାଣିବାକୁ ପାଇଛି।

ବ୍ରହ୍ମପୁରରେ ରହୁଥିବା ଜଣେ ବରିଷ୍ଠ ନାଗରିକ ଏହି ଡିଜିଟାଲ ଗିରଫ ଭଳି ଠକାମୀର ଶିକାର ହୋଇଥିଲେ । ଠକମାନେ ନିଜକୁ ଟ୍ରାଇ ଏବଂ ମୁମ୍ବାଇ ସାଇବର କ୍ରାଇମ ଡିଭିଜନର ପୋଲିସ କର୍ମଚାରୀ ବୋଲି ପରିଚୟ ଦେବା ସହ ତାଙ୍କ ଆଧାରକାର୍ଡରେ ଲିଙ୍କ ହୋଇଥିବା ଏକ ଅଜଣା ମୋବାଇଲ ନମ୍ବର ସମ୍ପର୍କରେ ପଚାରିଥିଲେ । ସେହି ମୋବାଇଲ ନମ୍ବରଟି ବେଆଇନ ଅସ୍ତ୍ରଶସ୍ତ୍ର ଏବଂ ଡ୍ରଗ୍ସ ଭଳି ମାରାତ୍ମକ ଜିନିଷ କିଣିବାରେ ବ୍ୟବହୃତ ହୋଇଛି ବୋଲି ପ୍ରଥମେ ଭୟଭୀତ କରିଥିଲେ । ଏହା ବ୍ୟତୀତ ଉକ୍ତ ନମ୍ବରରୁ ମହାରାଷ୍ଟ୍ରର ଅନେକ ବ୍ୟକ୍ତିଙ୍କୁ ଧମକ ପୂର୍ଣ୍ଣ କଲ୍ ଯାଇଥିବା କଥା ସମ୍ପର୍କରେ ମଧ୍ୟ ଠକମାନେ ଉଲ୍ଲେଖ କରିଥିଲେ । ଏଥିନିମନ୍ତେ ତାଙ୍କୁ ୩ ରୁ ୭ ବର୍ଷ ପର୍ଯ୍ୟନ୍ତ ଜେଲଦଣ୍ଡ ହେବ ବୋଲି କହିବା ସହ ଠକ ମାନେ ତାଙ୍କୁ whatsapp ଜରିଆରେ ଭିଡିଓ କଲ କରି ଅଟକ ରଖିଥିଲେ ।

digital arrest

ଅଭିଯୋଗକାରୀ ଜଣକ ମାନସିକ ଅବସାଦର ସମ୍ମୁଖୀନ ହୋଇଥିଲେ । ଯାଞ୍ଚ ପାଇଁ ତାଙ୍କର ସମସ୍ତ ଟଙ୍କାକୁ ଅଭିଯୁକ୍ତର ଆକାଉଣ୍ଟକୁ ଟ୍ରାନ୍ସଫର କରିବାକୁ କହିଥିଲେ । ଏହାସହ ଯାଞ୍ଚ ସମାପ୍ତ ହେବାପରେ ସମ୍ପୂର୍ଣ ଟଙ୍କା ତାଙ୍କ ଆକାଉଣ୍ଟକୁ ଫେରାଇ ଦିଆଯିବ ବୋଲି ଅଭିଯୁକ୍ତ କହିଥିଲେ । ସେହି ଅନୁଯାୟୀ ଅଭିଯୋଗକାରୀ ବରିଷ୍ଠ ନାଗରିକ ଠକର ଆକାଉଣ୍ଟକୁ ଦୁଇ ଥରରେ ୧ କୋଟି ଟଙ୍କା ଜମା କରିଥିଲେ । ପରେ ସେ ଠକାମୀର ଶିକାର ହୋଇଛନ୍ତି ବୋଲି ଜାଣିବା ପରେ କ୍ରାଇମବ୍ରାଞ୍ଚର ଦ୍ୱାରସ୍ଥ ହୋଇଥିଲେ। ପୋଲିସ ତଦନ୍ତ ଆରମ୍ଭ କରି ଅଭିଯୁକ୍ତ ସଲିମଙ୍କୁ ଗିରଫ କରିଛି। ଉଲ୍ଲେଖଯୋଗ୍ୟ ଯେ, ୨୦୧୭ ମସିହାରେ ଅଭିଯୁକ୍ତ ସଲିମ ୯ ମାସ ପାଇଁ ଏବଂ ୨୦୨୪ ରେ ମଧ୍ୟ ସାଉଦି ଆରବ ଯାଇଥିଲା ବୋଲି ପୋଲିସ ତଦନ୍ତରେ ଜାଣିବାକୁ ପାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+