ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ଦାବି କରି ବିରୋଧୀଙ୍କ ହୋହଲ୍ଲା , ସାଢ଼େ ୧୧ଟା ଯାଏଁ ଗୃହ ମୁଲତବି
ବିଧାନସଭା ବଜେଟ୍ ଅଧିବେଶନ ଦ୍ବିତୀୟ ପର୍ଯ୍ୟାୟର ଆଜି ହେଉଛି ସପ୍ତମ ଦିନ । ଆଜି ବି ପ୍ରଶ୍ନକାଳ ଚାଲିପାରିଲାନି। ଏସସିବି ଅଗ୍ନିକାଣ୍ଡ ଘଟଣାକୁ ନେଇ ବିରୋଧୀ ସଦସ୍ୟମାନେ ଗୃହର ମଧ୍ୟଭାଗକୁ ଆସି ନାରାବାଜି କରିଛନ୍ତି। ସ୍ଵାସ୍ଥ୍ୟମନ୍ତ୍ରୀଙ୍କ ଇସ୍ତଫା ମଧ୍ୟ ଦାବି କରି ହୋହଲ୍ଲା କରିଥିବା ଦେଖିବାକୁ ମିଳିଛି। ଯାହାକୁ ନେଇ ବାଚସ୍ପତି ସାଢେ ୧୧ଟା ପର୍ଯ୍ୟନ୍ତ ଗୃହ ମୁଲତବୀ ଘୋଷଣା କରିଛନ୍ତି। ଗତକାଲି ମଧ୍ୟ ସମାନ ପ୍ରସଙ୍ଗ ଉଠିଥିବାରୁ ଗୃହକୁ ବାରମ୍ବାର ମୁଲତବୀ କରାଯାଇଥିଲା।













Click it and Unblock the Notifications