ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସ୍ଥିର ଅଛି
କରୋନାରେ ଆକ୍ରାନ୍ତ ହୋଇଥିବା ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସ୍ଥିର ରହିଛି। ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଏମ୍ସ ନିର୍ଦ୍ଦେଶିକା ବି. ଗୀତାଞ୍ଜଳି।
ଭୁବନେଶ୍ୱର: କରୋନାରେ ଆକ୍ରାନ୍ତ ହୋଇଥିବା ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସ୍ଥିର ରହିଛି। ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଏମ୍ସ ନିର୍ଦ୍ଦେଶିକା ବି. ଗୀତାଞ୍ଜଳି।

ସେ କହିଛନ୍ତି, "୪ ଜଣିଆ ଡାକ୍ତରୀ ଟିମ୍ ପ୍ରଦୀପ୍ତଙ୍କ ସ୍ୱାସ୍ଥ୍ୟାବସ୍ଥା ତଦାରଖ କରୁଛନ୍ତି। ସେମାନଙ୍କ ଭିତରେ ଭୁବନେଶ୍ୱର ଏମ୍ସର ୨ ଓ ରାଜ୍ୟ ସରକାରଙ୍କ ୨ ଡାକ୍ତର ଅଛନ୍ତି। ବର୍ତ୍ତମାନ ପ୍ରଦୀପ୍ତ ନାଏକ ICUରେ ଭେଣ୍ଟିଲେଟରରେ ଅଛନ୍ତି। ଆବଶ୍ୟକ ହେଲେ ତାଙ୍କୁ ଭଲ ହସ୍ପିଟାଲକୁ ସ୍ଥାନାନ୍ତର କରାଯିବ। ବର୍ତ୍ତମାନ ସେଭଳି ସ୍ଥିତି ଆସିନାହିଁ।"
ସୂଚନାଥାଉ କି, ଗତ ୧୯ ତାରିଖରେ କରୋନାରେ ଆକ୍ରାନ୍ତ ହୋଇ ଏମ୍ସରେ ଭର୍ତ୍ତି ହୋଇଥିଲେ ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକ। ସେହି ଦିନଠାରୁ ଚିକିତ୍ସା ଚାଲିଥିଲେ ମଧ୍ୟ ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥାରେ ଉନ୍ନତି ଘଟୁନଥିଲା। ଗତକାଲି ତାଙ୍କ ଆଇସିୟୁରେ ଭର୍ତ୍ତି କରାଯାଇଥିଲା।
ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ରହିଛି। ଏକଥା ଜାଣିବା ପରେ ଗତକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଫୋନ୍ କରି ପ୍ରଦୀପଙ୍କ ସ୍ୱାସ୍ଥ୍ୟ ଅବସ୍ଥା ସମ୍ପର୍କରେ ତାଙ୍କ ପତ୍ନୀଙ୍କୁ ପଚାରିଥିଲେ। ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ବିରୋଧୀ ଦଳ ନେତା ପ୍ରଦୀପ୍ତ ନାଏକଙ୍କ ଆଶୁ ଆରୋଗ୍ୟ କାମନା କରିଥିଲେ ।












Click it and Unblock the Notifications