ଆସୁଛି ବଡ଼ ବର୍ଷା! ୧୦ ଜିଲ୍ଲାକୁ ବର୍ଷା ନେଇ ଅରେଞ୍ଜ ଆଲର୍ଟ ଜାରି
ଭୁବନେଶ୍ୱର: ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ମଙ୍ଗଳବାର ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଭୁବନେଶ୍ୱର ସମେତ ଓଡ଼ିଶାର ୧୦ଟି ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି କରିଛି। ମାଲକାନଗିରି, ଖୋର୍ଦ୍ଧା (ଭୁବନେଶ୍ୱର ସମେତ), ମୟୂରଭଞ୍ଜ, ବାଲେଶ୍ୱର, କେନ୍ଦ୍ରାପଡ଼ା, ଜଗତସିଂହପୁର, ମାଲକାନଗିରି, ରାୟଗଡ଼ା, ସୁନ୍ଦରଗଡ଼ ଏବଂ ନୟାଗଡ଼ର କିଛି ଅଂଶରେ ମଧ୍ୟମ ଧରଣର ଝଡ଼ବର୍ଷା ସହିତ ବଜ୍ରପାତ ହୋଇପାରେ।

ତେବେ ଅପରାହ୍ନ ୪ଟାରୁ ଭୁବନେଶ୍ବରରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା । ପ୍ରବଳ ବର୍ଷା ପରେ ରାସ୍ତାରେ ଛୁଟିଲା ପାଣି । ଏପଟେ ବର୍ଷା ପାଣିରେ ଗାଡ଼ି ବୁଡ଼ି ଯାଇଥିବା ଦେଖିବାକୁ ମିଳିଛି । ପ୍ରବଳ ବର୍ଷା ଯୋଗୁଁ ଜନପଥ ଅବସ୍ଥା ଶୋଚନୀୟ ହୋଇପଡ଼ିଛି।
ଆଗାମୀ ତିନି ଦିନ ପାଇଁ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ବର୍ଷା, ଝଡ଼ତୋଫାନ ଓ ବଜ୍ରପାତର ସମ୍ଭାବନା ରହିଛି। ଜଗତସିଂହପୁର, କଟକ, ଢେଙ୍କାନାଳ, ଅନୁଗୁଳ, ଦେଓଗଡ଼ ଓ ସୁନ୍ଦରଗଡ଼ରେ ବଜ୍ରପାତ ସହ 50-60 କିମି ବେଗରେ ପବନ ହେବାର ସମ୍ଭାବନା ରହିଛି। ବାଲେଶ୍ୱର, ଭଦ୍ରକ, ଜଜପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ ଓ କେନ୍ଦୁଝରରେ 7ରୁ 11 ସେମି ଭାରୀ ବର୍ଷା ହୋଇପାରେ।












Click it and Unblock the Notifications