Get Updates
Get notified of breaking news, exclusive insights, and must-see stories!

ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ନେଇ ୧୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ୧୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଭୁବନେଶ୍ୱର: ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ୧୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଖରାକୁ ଦୃଷ୍ଟିରେ ରଖି ସତର୍କ ରହିବାକୁ ପରାମର୍ଶ । ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ନେଇ ସତର୍କ କଲା ପାଣିପାଗ ବିଭାଗ । ତେବେ ଏହି ଜିଲ୍ଲା ଗୁଡିକ ହେଲା ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ନୟାଗଡ଼, ବୌଦ୍ଧ, ସୋନପୁର, ବଲାଙ୍ଗିର, କନ୍ଧମାଳ, କେନ୍ଦୁଝର, ଭୟୂରଭଂଜ, ଦେବଗଡ଼, ସମ୍ବଲପୁର, ନୂଆପଡ଼ା, ଅନୁଗୁଳ, ଢେଙ୍କାନାଳ ।

weather report

ସେହିପରି ଆଗମୀ ୨ ଦିନ ପର୍ଯ୍ୟନ୍ତ ତାତିରୁ ମିଳିବନି ତ୍ରାହି। ଗତକାଲି ଭୁବନେଶ୍ୱରର ତାପମାତ୍ରା ୪୪.୨ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଥିଲା । କେବଳ ରାଜ୍ୟ କି ଦେଶରେ ବୁଧବାର ଭୁବନେଶ୍ୱର ଥିଲା ସବୁଠୁ ଉତ୍ତପ୍ତ ସହର । ଯାହା ସର୍ବକାଳୀନ ରେକର୍ଡ ବୋଲି କହିଛି ପାଣିପାଗ ବିଭାଗ ।

ଏହାବ୍ୟତୀତ ରାଜ୍ୟର ୧୩ଟି ସହରର ତାପମାତ୍ରା ୪୧ ଡିଗ୍ରୀ ଉପରେ ରହିଥିଲା । ସବୁଠି ଅସହ୍ୟ ଗରମରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । ଆଗମୀ ୨ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ତାତି ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଫଳରେ ଏବେ ତାତିରୁ ନିସ୍ତାର ମିଳିବା ସମ୍ଭାବନା କମ୍ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+