ORHDC ଦୁର୍ନୀତି ମାମଲା; ମୋକିମ୍ଙ୍କୁ ହାଇକୋର୍ଟଙ୍କ ଝଟ୍କା, ୩ ବର୍ଷ ଜେଲ୍ ଦଣ୍ଡାଦେଶ ଶୁଣାଇଥିଲେ ନିମ୍ନ ଅଦାଲତ
ORHDC ଦୁର୍ନୀତି ମାମଲା । ମୋକିମ୍ଙ୍କୁ ହାଇକୋର୍ଟଙ୍କ ଝଟ୍କା । ମହମ୍ମଦ ମୋକିମ୍ଙ୍କ ଆବେଦନକୁ ଖାରଜ କଲେ ହାଇକୋର୍ଟ । ନିମ୍ନ ଅଦାଲତଙ୍କ ରାୟକୁ କାଏମ୍ ରଖିଲେ ହାଇକୋର୍ଟ । ମୋକିମ୍ଙ୍କୁ ୩ ବର୍ଷ ଜେଲ୍ ଦଣ୍ଡାଦେଶ ଶୁଣାଇଥିଲେ ନିମ୍ନ ଅଦାଲତ ।
OHRDC ଋଣ ଦୁର୍ନୀତି ମାମଲାରେ ଭିଜିଲାନ୍ସ କୋର୍ଟଙ୍କ ଦଣ୍ଡାଦେଶକୁ କାଏମ୍ ରଖିଲେ ଉଚ୍ଚ ନ୍ୟାୟାଳୟ । ମୋକିମଙ୍କ ଆବେଦନକୁ ଖାରଜ କରିଛନ୍ତି କୋର୍ଟ । ଭିଜିଲାନ୍ସ କୋର୍ଟଙ୍କ ରାୟକୁ ହାଇକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ ମୋକିମ। OHRDC ଋଣ ଦୁର୍ନୀତି ମାମଲାରେ ମୋକିମ୍ ଙ୍କୁ ୩ ବର୍ଷ କାରାଦଣ୍ଡାଦେଶ ଶୁଣାଇଥିଲେ ଭିଜିଲାନ୍ସ କୋର୍ଟ।

ଓଆରଏଚଡିସି ଋଣ ଦୁର୍ନୀତି ମାମଲାରେ ମହମ୍ମଦ ମୋକିମଙ୍କୁ ୨୦୨୨ ଅକ୍ଟୋବର ମାସରେ ୩ ବର୍ଷର ସଶ୍ରମ କାରାଦଣ୍ଡାଦେଶ ଦେଇଥିଲେ ଭୁବନେଶ୍ୱର ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ। ଏହାକୁ ଚାଲେଞ୍ଜ କରି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ମହମ୍ମଦ ମୋକିମ। ପୂର୍ବରୁ ମୋକିମଙ୍କ ଆବେଦନକୁ ଗ୍ରହଣ କରିବା ସହ ହାଇକୋର୍ଟ ମାମଲାର ଶୁଣାଣି କରି ମୋକିମ ଙ୍କୁ ଜାମିନ ପ୍ରଦାନ କରିଥିଲେ । ଏକ ଲକ୍ଷ ଟଙ୍କା ଓ ଦୁଇ ଜଣ ଜାମିନଦାର ବଦଳରେ ସେ ଜାମିନ ଯାଇ ପାରିବେ ବୋଲି ସର୍ତ୍ତ ରଖିଥିଲେ ହାଇକୋର୍ଟ ।ସେହିପରି ଜରିମାନା ଆଦାୟ ଉପରେ ଭୁବନେଶ୍ୱର ସ୍ୱତନ୍ତ୍ର ଭିଜିଲାନ୍ସ ଅଦାଲତଙ୍କ ରାୟ ଉପରେ ରହିତାଦେଶ ଜାରି କରିଥିଲେ ହାଇକୋର୍ଟ।
ସଚନାଯୋଗ୍ୟ ଓ ଆରଏଚଡିସି ମାମଲାରେ ମୋକିମଙ୍କୁ ୩ଵର୍ଷ ଜେଲ ଦଣ୍ଡାଦେଶ ଦେଇଥିଲେ ଭୁବନେଶ୍ୱର ଭିଜିଲାନ୍ସ କୋର୍ଟ। ଏହି ରାୟକୁ ଚାଲେଞ୍ଜ କରି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ବାରବାଟୀ କଟକ ବିଧାୟକ ମହମ୍ମଦ ମୋକିମ।












Click it and Unblock the Notifications