Get Updates
Get notified of breaking news, exclusive insights, and must-see stories!

କଟକ-ବାରବାଟୀ ନିର୍ବାଚନୀ ଅନିୟମିତତା ମାମଲା: ମୋକିମଙ୍କ ବିଧାୟକ ପଦ ଅସିଦ୍ଧ

Mohammed Moquim: କଟକ-ବାରବାଟୀ ନିର୍ବାଚନୀ ଅନିୟମିତତା ମାମଲାରେ ମହମ୍ମଦ ମୋକିମଙ୍କୁ ହାଇକୋର୍ଟରୁ ଝଟକା । ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କଲେ ହାଇକୋର୍ଟ । ନାମାଙ୍କନ ବେଳେ ଭୁଲ ତଥ୍ୟ ଦେଇଥିବା ନେଇ ଅଭିଯୋଗ ହୋଇଛି । ଦେବାଶିଷ ସାମନ୍ତରାୟ ଅଭିଯୋଗ ଆଣିଥିଲେ ଯେ, ( ମହମ୍ମଦ ମୋକିମ) ଅପରାଧିକ ମାମଲାରେ ସବିଶେଷ ତଥ୍ୟ ଦେଇନଥିବା ନାହାଁନ୍ତି ।

Mohammed Moquim

ସୂଚନା ଅନୁସାରେ, କଟକ ବାରବାଟୀ ବିଧାୟକ ମହମ୍ମଦ ମୋକିମ୍‌ ୨୦୧୯ ନିର୍ବାଚନ ସମୟରେ ମିଥ୍ୟା ସତ୍ୟପାଠ ଦାଖଲ କରି ନିର୍ବାଚନ ଲଢି ବିଜୟୀ ହୋଇଥିଲେ । ହେଲେ ତାଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କରିବା ନେଇ କୋର୍ଟଙ୍କ ଦ୍ବାରସ୍ତ ହୋଇଥିଲେ ବିଜେଡି ନେତା ଦେବାଶିଷ ସାମନ୍ତରାୟ । ଯାହାର ଶୁଣାଣି ଆଜି ଓଡ଼ିଶା ହାଇକୋର୍ଟ କରିଛନ୍ତି ।

ସୂଚନାଥାଉ ଯେ, କିଛି ଦିନ ପୂର୍ବରୁ କଟକ ବିଧାୟକ ମହମ୍ମଦ ମୋକିମ ଓ ବରିଷ୍ଠ ନେତା ଚିରଞ୍ଜୀବ ବିଶ୍ୱାଳଙ୍କ ଉପରୁ ନିଲମ୍ବନ ଉଠାଯାଇଥିଲା । ପାଖାପାଖି ୬ମାସ ଧରି କଂଗ୍ରେସରୁ ନିଲମ୍ବିତ ହୋଇଥିଲେ ମଧ୍ୟ ସେମାନେ ଅନ୍ୟ କେଉଁ ଦଳରେ ମିଶିନଥିଲେ । ଦଳ ବିରୋଧୀ କାର୍ଯ୍ୟ ନେଇ ଉଭୟଙ୍କ ନାମରେ ଅଭିଯୋଗ ହୋଇଥିଲା । ଦଳର ପିସିସି ଶରତ ପଟ୍ଟନାୟକ ଏନେଇ ଅଭିଯୋଗ କରିଥିଲେ । ଉଭୟଙ୍କୁ କାରଣ ଦର୍ଶାଅ ନୋଟିସ ମଧ୍ୟ ଜାରି କରାଯାଇଥିଲା । ସନ୍ତୋଷଜନକ ଉତ୍ତର ଦେଇ ନ ପାରିବାରୁ ଉଭୟଙ୍କୁ ନିଲମ୍ବିତ କରାଯାଇଥିଲା

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+