OTET କେଳେଙ୍କାରୀ; ୮ ଅଭିଯୁକ୍ତଙ୍କୁ ମିଳିଲା ଜାମିନ୍
ସ୍ୱତନ୍ତ୍ର ଓଟିଇଟି ପ୍ରଶ୍ନପତ୍ର ଲିକ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କରିଛନ୍ତି ଓଡିଶା ହାଇକୋର୍ଟ । ମାଧ୍ୟମିକ ଶିକ୍ଷା ପରିଷଦର ପୂର୍ବତନ ଉପ ସଭାପତି ଡଃ ନିହାର ରଞ୍ଜନ ମହାନ୍ତିଙ୍କ ସମେତ ୮ ଅଭିଯୁକ୍ତଙ୍କୁ ସର୍ତ୍ତମୂଳକ ଜାମିନ ମଞ୍ଜୁର ହୋଇଛି । କୌଣସି ଅଭିଯୁକ୍ତଙ୍କୁ ବୋର୍ଡର କନଫିଡେନସିଆଲ କାମରେ ନିଯୁକ୍ତ ନକରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଏହା ସହିତ ଅଭିଯୁକ୍ତ ମାନେ ତଦନ୍ତରେ ସହଯୋଗ କରିବା ଏବଂ ଅଦଲତଙ୍କ ବିନା ଅନୁମତିରେ ଅଭିଯୁକ୍ତ ମାନେ ବିଦେଶ ଯାଇ ପାରିବେ ନାହିଁ ବୋଲି ସର୍ତ୍ତ ରଖିଛନ୍ତି ହାଇକୋର୍ଟ ।

ଗତବର୍ଷ ଜୁଲାଇ ୨୦ ତାରିଖରେ ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା ହେବାର ଥିଲା । ପରୀକ୍ଷା ପୂର୍ବ ରାତିରେ ପ୍ରଶ୍ନପତ୍ର ଲିକ ହୋଇଥିଲା । ଏବଂ ପରୀକ୍ଷାକୁ ବାତିଲ କରିଥିଲେ ମାଧ୍ୟମିକ ଶିକ୍ଷା ପରିଷଦ । ଏହି ମାମଲାର ତଦନ୍ତ ଭାର କ୍ରାଇମବ୍ରାଞ୍ଚକୁ ଦେଇଥିଲେ ରାଜ୍ୟ ସରକାର । କ୍ରାଇମବ୍ରାଞ୍ଚ ଘଟଣାର ତଦନ୍ତ କରି ଜଣଙ୍କ ପରେ ଜଣଙ୍କୁ ଗିରଫ କରିଥିଲା । ଅଗଷ୍ଟ ୩ ତାରିଖରେ ଏହି ଘଟଣାରେ ବୋର୍ଡର ତତ୍କାଳୀନ ଉପ ସଭାପତି ନିହାର ମହାନ୍ତି ଗିରଫ ହୋଇଥିଲେ । ଗିରଫଦାରୀ ପରଠାରୁ ସମସ୍ତ ଅଭିଯୁକ୍ତ ଜେଲରେ ଥିଲେ । ପ୍ରଶ୍ନପତ୍ର ପ୍ରଘଟ କାରଣରୁ ପ୍ରଥମେ ପରୀକ୍ଷା ବାତିଲ କରିଥିଲା ମାଧ୍ୟମିକ ଶିକ୍ଷା ପରିଷଦ। ଏବଂ ପରବର୍ତ୍ତୀ ସମ୍ବରର ସେପ୍ଟେମ୍ବର ୨୭ ତାରିଖରେ ହୋଇଥିଲା ସ୍ୱତନ୍ତ୍ର ଓଟିଇଟି ପରୀକ୍ଷା ।
-
ସମ୍ପତ୍ତି ତାଲିକା ଦେଉନାହାଁନ୍ତି ସରକାରୀ ବାବୁ -
ଆଗାମୀ ୨ ଦିନ ମଧ୍ୟରେ ବଢ଼ିବ ଦିନ ତାପମାତ୍ରା, ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ -
ରାଜ୍ୟର ୮୬ ଜେଲ୍ରେ ଅଛନ୍ତି ୧୮ ହଜାର ୧୭୬ ଜଣ କଏଦୀ, ୧୭ଜଣ ଫେରାର୍ -
ରାଜ୍ୟରେ ଆଉ ଖୋଲିବ ନାହିଁ ନୂଆ ସବ୍-ଟ୍ରେଜରୀ -
ବଜେଟ ଅଧିବେଶନର ଦ୍ବିତୀୟ ପର୍ଯ୍ୟାୟ ଆରମ୍ଭ , ସ୍ଵାଭାବିକ ଚାଲିଛି ପ୍ରଶ୍ନକାଳ -
ରାଜ୍ୟସଭା ନିର୍ବାଚନ; ୩ ରାଜ୍ୟ ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେପି, ଜାଣନ୍ତୁ ଓଡ଼ିଶା ପାଇଁ କାହାକୁ ମିଳିଲା ଦାୟିତ୍ୱ -
୪ଜିଲାକୁ ବିଜୁଳି, ଘଡ଼ଘଡ଼ି ସତର୍କତା -
ପୁଣି ବଦଳିଲା ସୁନା-ରୁପା ଦର : ଆଜି ଏତିକି.... -
ଜଳସଂପଦ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢ଼ାଉ -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ଯଥେଷ୍ଟ ତେଲ ଅଛି କହିଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର -
କାହିଁକି ଏହି ଦୁଇ ଦେବତା ଶନିଦେବ ଏବଂ ଯମମହାରାଜ କଳା ପୋଷାକ ପିନ୍ଧନ୍ତି, ଏହି ରଙ୍ଗର କ'ଣ ମହତ୍ତ୍ୱ ଅଛି ?










Click it and Unblock the Notifications