Get Updates
Get notified of breaking news, exclusive insights, and must-see stories!

ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା; ୨ ଅଭିଯୁକ୍ତଙ୍କୁ ଦୁଇ ଦିନିଆ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ

ଓଟିଇଟି ପ୍ରଶ୍ନପତ୍ର ପ୍ରଘଟ ମାମଲାରେ ଦୁଇ ଜଣ ଅଭିଯୁକ୍ତଙ୍କୁ ରିମାଣ୍ଡରେ ନେବ କ୍ରାଇମବ୍ରାଞ୍ଚ । ଆସନ୍ତା ୧୧ ଓ ୧୨ ଦୁଇ ଦିନ ପାଇଁ କ୍ରାଇମବ୍ରାଞ୍ଚ ରିମାଣ୍ଡରେ ନେଇ ପଚରା ଉଚରା କରିବ । ସେମାନେ ହେଲେ ମାଧ୍ୟମିକ ଶିକ୍ଷା ପରିଷଦ ବୋର୍ଡର ଡାଟା ଏଣ୍ଟ୍ରି ଅପରେଟର ଜିତନ ମହାରଣା ଏବଂ ଶିକ୍ଷକ ନେତା ବିଜୟ କୁମାର ମିଶ୍ର ।

କ୍ରାଇମବ୍ରାଞ୍ଚଏହି ଦୁଇ ଅଭିଯୁକ୍ତଙ୍କୁ ୪ ଦିନିଆ ରିମାଣ୍ଡରେ ନେବାକୁ ଆବେଦନ କରିଥିଲା । ହେଲେ ଉଭୟଙ୍କୁ ଦୁଇ ଦିନିଆ ରିମାଣ୍ଡରେ ନେବାକୁ ଅନୁମତି ଦେଇଛନ୍ତି କଟକ ଜେଏମଏଫସି କୋର୍ଟ ୩ । ଏହି ଦୁଇ ଦିନରେ ଉଭୟଙ୍କୁ ସାମ୍ନାସାମ୍ନି ଜେରା କରାଯିବ ବୋଲି ଜଣାପଡିଛି ।

OTET question paper leak case

ତେବେ ବୋର୍ଡର ଉପସଭାପତିଙ୍କ ଲାପଟପରୁ ପ୍ରଶ୍ନପତ୍ର ପେନ ଡ୍ରାଇଭ ଜରିଆରେ ଚୋରି କରିଥିଲା ଜିତନ ମହାରଣା । ପରେ ଏହି ପ୍ରଶ୍ନପତ୍ରକୁ ଶିକ୍ଷକ ନେତା ବିଜୟ ମିଶ୍ରଙ୍କୁ ପଠାଇଥିଲା । ଏହା ବଦଳରେ ୨ ଲକ୍ଷ ୫୦ ହଜାର ଟଙ୍କା ମଧ୍ୟ ପାଇଥିଲା । ତେବେ ଏହି ପ୍ରଶ୍ନପତ୍ର ପ୍ରଘଟ ଘଟଣାରେ ଆଉ କେତେ ମନିଟ୍ରେଲ ହୋଇଛି ତାହା ତଦନ୍ତ ପରେ ହିଁ ଜଣାପଡିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+