Get Updates
Get notified of breaking news, exclusive insights, and must-see stories!

ମିଶନ ଶକ୍ତି ମାଆ ମାନଙ୍କୁ ସଫଳ ଉଦ୍ୟୋଗୀ କରିବା ଆମର ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ

ରାଜ୍ୟର ମିଶନ ଶକ୍ତି ମା ମାନଙ୍କ କାର୍ଯ୍ୟକ୍ରମରେ ଏକ ବିଶାଳ ପରିବର୍ତ୍ତନ ଆଣିବାର ଲକ୍ଷ୍ୟ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସେମାନଙ୍କ ପାଇଁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ବିନା ସୁଧରେ ଯୋଗାଇ ଦିଆଯିବ ବୋଲି ଘୋଷଣା କରିଛନ୍ତି ।

ଭୁବନେଶ୍ୱର: ରାଜ୍ୟର ମିଶନ ଶକ୍ତି ମା ମାନଙ୍କ କାର୍ଯ୍ୟକ୍ରମରେ ଏକ ବିଶାଳ ପରିବର୍ତ୍ତନ ଆଣିବାର ଲକ୍ଷ୍ୟ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସେମାନଙ୍କ ପାଇଁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ବିନା ସୁଧରେ ଯୋଗାଇ ଦିଆଯିବ ବୋଲି ଘୋଷଣା କରିଛନ୍ତି । ୨୦୨୨ ଅପ୍ରେଲ ପହିଲାରୁ ଏହି ନୂତନ ଋଣ ବ୍ୟବସ୍ଥା ଲାଗୁ ହେବ । ପୂର୍ବରୁ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ବିନା ସୁଧରେ ଦିଆଯାଉଥିଲା ।

Mission Shakti

ଏହାକୁ ଏକ ଯୁଗାନ୍ତକାରୀ ପଦକ୍ଷେପ ରୂପେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏହାଦ୍ବାରା ଆମର ମିଶନ ଶକ୍ତି ମା ମାନେ ଏସ୍‌ଏଚଜିରୁ ଏସ୍‌ଏମ୍‌ଇ ବା କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗୀ ଭାବରେ ନିଜକୁ ପ୍ରତିଷ୍ଠିତ କରିପାରିବେ ଏବଂ ଆମର ଲକ୍ଷ ଲକ୍ଷ ମା ମାନେ ଅଧିକ ଟଙ୍କାର ଋଣ ନେଇ ବଡ ବଡ ବ୍ୟବସାୟ କରି ପାରିବେ ।

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡିଶାର ରୂପାନ୍ତର କ୍ଷେତ୍ରରେ ମା ମାନେ ହେଉଛନ୍ତି ଏକ ଅଭିନ୍ନ ଅଙ୍ଗ। ଆଜିର ଏହି ନିଷ୍ପତ୍ତି ସେମାନଙ୍କୁ ସଶକ୍ତ କରିବାରେ ଓ ସ୍ଥାନୀୟ ଅର୍ଥନୀତିକୁ ପ୍ରୋତ୍ସାହିତ କରିବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିବ ବୋଲି ସେ କହିଛନ୍ତି । ମିଶନ ଶକ୍ତି ମା ମାନଙ୍କୁ କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗୀ ଭାବରେ ପରିଣତ କରିବା ରାଜ୍ୟ ସରକାରଙ୍କ ଲକ୍ଷ୍ୟ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଆଗାମୀ ୫ ବର୍ଷ ମଧ୍ୟରେ ମିଶନ ଶକ୍ତି ଗ୍ରୁପ ମାନଙ୍କୁ ପ୍ରାୟ ୫୦ ହଜାର କୋଟି ଟଙ୍କାର ଋଣ ଯୋଗାଇ ଦେବାପାଇଁ କାର୍ଯ୍ୟକ୍ରମ ଗ୍ରହଣ କରାଯାଇଛି । ଏହାଦ୍ବାରା ମିଶନ ଶକ୍ତିର ମା ମାନେ ସଫଳ ଉଦ୍ୟୋଗୀ ଭାବରେ ନିଜକୁ ପ୍ରତିଷ୍ଠିତ କରିପାରିବେ ବୋଲି ସେ ଆଶାପ୍ରକାଶ କରିଛନ୍ତି ।

ଆମ ପ୍ରତିଶୃତି ଅନୁଯାୟୀ ରାଜ୍ୟ ସରକାର ମିଶନ ଶକ୍ତି ମା ମାନଙ୍କୁ ଗତ ୩ ବର୍ଷରେ ସରକାରୀ ଭାବରେ ୪୦୦୦ କୋଟି ଟଙ୍କାର ବିଜିନେସ ଯୋଗାଇ ଦେଇଛନ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହାସହିତ ଗତ ୫ ବର୍ଷରେ ମିଶନ ଶକ୍ତି ମା ମାନଙ୍କୁ ୧୭ ହଜାର କୋଟିରୁ ଅଧିକ ଟଙ୍କାର ଋଣ ଯୋଗାଇ ଦିଆଯାଇଛି।

ବର୍ତ୍ତମାନ ଆମର ମିଶନ ଶକ୍ତି ମା ମାନଙ୍କୁ ଉତ୍ସାହିତ କରିବାପାଇଁ ଓଡିଶା ସରକାର ବିନା ସୁଧରେ ୩ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ସୁବିଧା ଯୋଗାଇ ଦେଉଛନ୍ତି ବୋଲି ପ୍ରକାଶ କରି ସେ କହିଥିଲେ ଯେ ଏହି କାର୍ଯ୍ୟକ୍ରମରେ ଚାରି ଲକ୍ଷ ଏସଏଚଜି ଗ୍ରୁରର ବ୍ୟାଙ୍କ ଖାତାକୁ ରାଜ୍ୟ ସରକାର ୫୦୦ କୋଟି ଟଙ୍କାର ସୁଧ ଫେରାଇଛନ୍ତି।

ମହିଳା ସଶକ୍ତିକରଣ ଦିଗରେ ମିଶନ ଶକ୍ତି ଏକ ଅଭିନବ ଉଦ୍ୟମ ଭାବେ ବର୍ଣ୍ଣନା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ରାଜ୍ୟର ୭୦ ଲକ୍ଷ ମା ମାନଙ୍କୁ ୬ ଲକ୍ଷ ସ୍ୱଂୟ ସହାୟକ ଗୋଷ୍ଟି ଜରିଆରେ ଏହା ଏକାଠି କରିପାରିଛି । ଏହି ଆନ୍ଦୋଳନକୁ ଆହୁରି ଆଗକୁ ନେବା ପାଇଁ ତାଙ୍କ ସରକାର ସ୍ବତନ୍ତ୍ର ଭାବରେ ମିଶନ ଶକ୍ତି ବିଭାଗ ଗଠନ କରିଛନ୍ତି ଏବଂ ସବୁ SHG କାର୍ଯ୍ୟକ୍ରମ ଏହି ବିଭାଗ ଜରିଆରେ ହିଁ କାର୍ଯ୍ୟକାରୀ କରାଯାଉଛି ବୋଲି ସେ କହିଥିଲେ।

ସୂଚନାଯୋଗ୍ୟ ଯେ ୨୦୨୦ ଜୁନ୍‌ ୧ ତାରିଖରେ ମିଶନ ଶକ୍ତି ବିଭାଗ ପ୍ରତିଷ୍ଠା କରାଯାଇ ରାଜ୍ୟର ସବୁ ଏସ୍‌.ଏଚ.ଜି କାର୍ଯ୍ୟକ୍ରମକୁ ଗୋଟିଏ ବିଭାଗ ଅଧୀନରେ ରଖାଯାଇଥିଲା।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+