Get Updates
Get notified of breaking news, exclusive insights, and must-see stories!

ପବିତ୍ର ଦୋଳ ପୂର୍ଣ୍ଣିମା; ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ

ଆଜି ପବିତ୍ର ଦୋଳ ପୂର୍ଣ୍ଣମୀ । ତେବେ ଏହି ଅବସରରେ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ସ୍ୱତନ୍ତ୍ର ନୀତିକାନ୍ତି । ରତ୍ନ ସିଂହାସନରେ ଶ୍ରୀଜିଉ ମାନେ ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ।

ଦୋଳ ପୂର୍ଣ୍ଣିମା ଅବସରରେ ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେଉଛି ସ୍ୱତନ୍ତ୍ର ନୀତିକାନ୍ତି । ରାଜରାଜେଶ୍ବର ବେଶ ବା ସୁନାବେଶରେ ଆଜି ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଘଣ୍ଟ ହୋଇଛି । ସୁନାବେଶରେ ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ ପାଇଁ ବିଶେଷ ଧ୍ୟାନ ଦେଇଛି ପ୍ରଶାସନ । ଦୋଳ ପୂର୍ଣ୍ଣିମା ଅବସରରେ ଶ୍ରୀଜୀଉଙ୍କ ଚଳନ୍ତି ପ୍ରତିମା ଦୋଳଗୋବିନ୍ଦ, ଭୁଦେବୀ ଓ ଶ୍ରୀଦେବୀ ଦୋଳବେଦୀକୁ ବିମାନରେ ବିଜେ କରିବେ ।

JAGANNATH

ପାଟବସ୍ତ୍ର ପିନ୍ଧିବା ସହ ୩୨ ପ୍ରକାରର ଅଳଙ୍କାର ଲାଗି ହେବେ ଚତୁର୍ଦ୍ଧାମୂର୍ତ୍ତି । ସକାଳ ଧୂପ ଶେଷ ହେବାପରେ ଘଣ୍ଟ ଘଣ୍ଟା କାହାଳୀ ପଟୁଆରରେ ଶ୍ରୀଜିଉଙ୍କ ଚଳନ୍ତି ପ୍ରତିମା ଦୋଳଗୋବିନ୍ଦ, ଭୂଦେବୀ ଓ ଶ୍ରୀଦେବୀ ବିମାନରେ ବସି ଦୋଳବେଦୀକୁ ବିଜେ କରିବେ ।

ଶ୍ରୀମନ୍ଦିରରୁ ଖଇକୋରା ପ୍ରସାଦ ପାଇ ଦୋଳଗୋବିନ୍ଦ, ଶ୍ରୀଦେବୀ ଭୂଦେବୀ ଦୋଳବେଦୀକୁ ବିଜେ କରିବା ସମୟରେ ଏଭଳି ନିଆରା ଦୃଶ୍ୟକୁ ବେଶ୍ ଉପଭୋଗ କରିଥାନ୍ତି ଭକ୍ତ ଆଜି ରତ୍ନସିଂହାସନରୁ ମହାପ୍ରଭୁ ରାଜାଧିରାଜ ଅର୍ଥାତ ସ୍ୱର୍ଣ୍ଣ ଅଳଙ୍କାରରେ ବିଭୂଷିତ ହୋଇ ସୁନା ବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ।

ପରମ୍ପରା ଅନୁଯାୟୀ ବନ୍ଦାପନା ଅନୁଷ୍ଠିତ ହୋଇ ଅବିର ଖେଳ ହେବ । ଭକ୍ତ ମହାପ୍ରଭୁଙ୍କ ସହ ଫଗୁ ଖେଳର ସୁଯୋଗ ପାଇବେ ଭକ୍ତ । ପରେ ଦୋଳ ବେଦୀରେ ଦୋଳଗୋବିନ୍ଦ, ଭୂଦେବୀ, ଶ୍ରୀଦେବୀ ବିଜେ କରିବା ସହ ରଙ୍ଗ ଖେଳ ନୀତି ହେବ । ମହାପ୍ରଭୁଙ୍କ ଏହି ଅନନ୍ୟ ଯାତ୍ରାରେ ସାମିଲ ହେବେ ବହୁ ଭକ୍ତ ଓ ଶ୍ରଦ୍ଧାଳୁ ।

ସାରା ଓଡ଼ିଶାର ପୁରପଲ୍ଲୀ ଫଗୁ ଦଶମୀଠାରୁ ଦୋଳଯାତ୍ରାର ଉତ୍ସାହ ଉଦ୍ଦୀପନାରେ ଝୁମି ଉଠେ । ଗାଁ ଗାଁରେ ରାଧାକୃଷ୍ଣ ମନ୍ଦିରରେ କିମ୍ବା ଶ୍ରୀଜଗନ୍ନାଥ ମନ୍ଦିରରେ ଚଳନ୍ତି ପ୍ରତିମାକୁ ଦୋଳା ବା ବିମାନରେ ବସାଇ ଗ୍ରାମ ପରିକ୍ରମା ଆରମ୍ଭ କରାଯାଏ ଏବଂ ଦୁଆର ଦୁଆର ବୁଲି ଭୋଗ ଖାଆନ୍ତି ଠାକୁରେ । ଏହା ଏପରି ଏକ ସାମୁହିକ ଉତ୍ସବରେ ପରିଣତ ହୋଇଛି ଯେ ଖୋର୍ଦ୍ଧା ନିକଟବର୍ତ୍ତୀ କେତେକ ଗ୍ରାମରେ ଯଥା- ଗଡ଼ବାଣି, ମାଣିକଗୋଡାରେ - ଯେଉଁଠାରେ ମୁସଲମାନ ଦଳବେହେରା ରାଜାଙ୍କଦ୍ୱାରା ନିଯୁକ୍ତ ହେଇଥିଲେ ବା ହିନ୍ଦୁ ଦଳବେହେରା ପରବର୍ତ୍ତୀ ସମୟରେ ମୁସଲମାନ ଧର୍ମ ଗ୍ରହଣ କରିଥିଲେ - ସେମାନଙ୍କୁ ଦୁଆରେ ମଧ୍ୟ ପ୍ରଭୁ ଭୋଗ ଖାଇଥାନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+