ପରଲୋକରେ ପଦ୍ମପୁର ବିଧାୟକ ବିଜୟ ରଞ୍ଜନ ସିଂ ବରିହା
ପରଲୋକରେ ପଦ୍ମପୁର ବିଧାୟକ ବିଜୟ ରଞ୍ଜନ ସିଂ ବରିହା
ବରଗଡ଼: ପଦ୍ମପୁର ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ଦେହାନ୍ତ । ୬୫ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ବିଳମ୍ବିତ ରାତିରେ ତାଙ୍କର ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ପରଲୋକ ହୋଇଛି । ବରଗଡ଼ ଜିଲ୍ଲା ବିଜେଡି ସଭାପତି ଭାବେ ସେ କାର୍ଯ୍ୟ କରୁଥିଲେ । ପ୍ରଥମ ଥର ୧୯୯୦ରେ ଜନତା ଦଳରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ ।

ପଦ୍ମପୁରରୁ ସେ ୫ ଥର ନିର୍ବାଚିତ ହୋଇଥିଲେ । ୧୯୯୦ ରୁ ୨୦୦୦ ଯାଏ ସେ ଜନତା ଦଳର ବିଧାୟକ ଭାବେ ଓଡ଼ିଶା ବିଧାନସଭାକୁ ନିର୍ବାଚିତ ହୋଇଥିଲେ। ପରବର୍ତ୍ତୀ ସମୟରେ ୨୦୦୪ ରୁ ୨୦୦୯ ପର୍ଯ୍ୟନ୍ତ ବିଜେଡି ଟିକେଟରୁ ପଦ୍ମପୁର ଆସନରୁ ବିଧାୟକ ଭାବେ ବିଜୟ ଲାଭ କରିଥିଲେ । ୨୦୧୪ରୁ ୨୦୧୯ ପର୍ଯ୍ୟନ୍ତ ସେ ନିର୍ବାଚନ ଜିତିଥିଲେ । ବିଜେଡି ସରକାରରେ ସେ ମନ୍ତ୍ରୀ ଭାବେ ମଧ୍ୟ ଦାୟିତ୍ୱ ତୁଲାଇଥିଲେ । ଛାତ୍ର ଜୀବନରୁ ରାଜନୀତି ଆରମ୍ଭ କରିଥିଲେ ବିଜୟ ରଞ୍ଜନ ସିଂ ବରିହା । ତାଙ୍କ ବିୟୋଗରେ ସମଗ୍ର ରାଜ୍ୟରେ ଶୋକ ଛାୟା ଖେଳିଯାଇଛି ।
ସୂଚନା ଅନୁସାରେ, ଗତ କିଛି ଦିନ ହେବ ବିଜୟ ରଂଜନ ସିଂ ବରିହା ଅସୁସ୍ଥ ଥିବା କାରଣରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ଗତକାଲି ରାତି ପ୍ରାୟ ୧ଟା ସମୟରେ ତାଙ୍କର ଦେହାନ୍ତ ହୋଇଥିଲା । ସ୍ୱର୍ଗତଃ ବରିହାଙ୍କ ପାର୍ଥିବ ଶରୀରକୁ ପ୍ରଥମେ ବିଧାନସଭା ପରିସରକୁ ନିଆଯିବ ପରେ ଦଳୀୟ ଅଫିସ୍କୁ ନିଆଯିବ। ସେଠାରେ ସମସ୍ତେ ଶ୍ରଦ୍ଧାଞ୍ଜଳି ଦେବା ପରେ ମରଶରୀରକୁ ପଦ୍ମପୁର ନିଆଯିବ ଓ ସେଠାରେ ଶେଷକୃତ୍ୟ ସଂପନ୍ନ କରାଯିବ ।












Click it and Unblock the Notifications