ଧାନ ସଂଗ୍ରହ ବ୍ୟବସ୍ଥା ବିପର୍ଯ୍ୟସ୍ତ: ଆଜି ଲୋୟର ପିଏମ୍ଜିରେ ବିଜେଡିର ଚାଷୀ ଆନ୍ଦୋଳନ
ରାଜ୍ୟରେ ଧାନ ସଂଗ୍ରହ ବ୍ୟବସ୍ଥା ସମ୍ପୂର୍ଣ୍ଣ ରୂପେ ବିପର୍ଯ୍ୟସ୍ତ ହୋଇପଡ଼ିଛି। ଯେଉଁଥିପାଇଁ ରାଜ୍ୟର ଚାଷୀକୁଳ ହତାଶ ହୋଇପଡ଼ିଛନ୍ତି। ତେଣୁ ଚାଷୀଙ୍କ ସ୍ବାର୍ଥ ପାଇଁ ବିଜେଡି ପକ୍ଷରୁ ମଙ୍ଗଳବାର ସ୍ଥାନୀୟ ଲୋୟର ପିଏମ୍ଜିଠାରେ ଏକ ବିଶାଳ ବିକ୍ଷୋଭ କାର୍ଯ୍ୟକ୍ରମ ଆୟୋଜନ ହେବ ବୋଲି ଦଳ ପକ୍ଷରୁ ସୂଚନା ଦିଆଯାଇଛି।

ରାଜ୍ୟର ଚାଷୀ ସମୁଦାୟକୁ ପ୍ରତିଶ୍ରୁତିରେ ପୋତି ପକାଇ ଭୋଟ ହାତେଇବା ପରେ ଏବେ ଚାଷୀମାରଣ ନୀତି ଆପଣେଇଛନ୍ତି। ତେଣୁ ଏହି ନୀତି ବିରୋଧରେ ବିଜେଡି ପକ୍ଷରୁ ଏକ ବିଶାଳ ବିକ୍ଷୋଭ ଆୟୋଜନ କରାଯିବ।
ବିଜେଡି ସଭାପତିଙ୍କ ନିର୍ଦ୍ଦେଶକ୍ରମେ ଗତ ୨ ତାରିଖରୁ ରାଜ୍ୟର ବିଭିନ୍ନ ଜିଲାରେ ଚାଷୀଙ୍କୁ ନେଇ ବିକ୍ଷୋଭ ପ୍ରଦର୍ଶନ କରାଯାଉଛି। ଏହି ଅବସରରେ ବିଜେଡିର ବରିଷ୍ଠ ନେତା ଦେବୀ ପ୍ରସାଦ ମିଶ୍ର ଏବଂ ସଞ୍ଜୟ ଦାସବର୍ମା ଉପସ୍ଥିତ ଥିଲେ।












Click it and Unblock the Notifications