ଚଳିତ ବର୍ଷ ମାର୍ଚ୍ଚ ପର୍ଯ୍ୟନ୍ତ ମଣ୍ଡିରେ ଚାଲିବ ଧାନ କିଣା, ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
ଚଳିତ ବର୍ଷ ମାର୍ଚ୍ଚ ପର୍ଯ୍ୟନ୍ତ ମଣ୍ଡିରେ ଚାଲିବ ଧାନ କିଣା । ଏନେଇ ଆଜି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ପ୍ରତିକ୍ରିୟା ଦେଇ କହିଛନ୍ତି । ଏପର୍ଯ୍ୟଡ଼୍ତ ୧୦ଲକ୍ଷ ୫୦ହଜାର ମେଟ୍ରିକ ଟନ୍ ଧାନ କିଣା ହୋଇଥିବା ବେଳେ ୨ଲକ୍ଷ ୩୦ହଜାର ଚାଷୀ ଧାନ ବିକିଛନ୍ତି । ୧୮ଜିଲାରେ ଚାଲିଛି ଧାନ କିଣା, ୧୧ଲକ୍ଷ ଚାଷୀଙ୍କୁ ଟୋକନ ଦିଆଯାଇଛି । ଏହାସହିତ ଚାଷୀଙ୍କ ଆକାଉଣ୍ଟକୁ ୨୩୫୦କୋଟି ଟଙ୍କା ଯାଇଛି । ସବୁ ଚାଷୀଙ୍କ ଧାନ କିଣିବୁ ବୋଲି ଯୋଗାଣ ମନ୍ତ୍ରୀ କହିଛନ୍ତି ।

ସେପଟେ ଓଡ଼ିଶାରୁ ୬ଲକ୍ଷ ମେଟ୍ରିକ ଟନ୍ ଚାଉଳ କେନ୍ଦ୍ର ଉଠାଇବ, ସେଥିରୁ ୫ଲକ୍ଷ ମେଟ୍ରିକ୍ ଟନ୍ ଉଷୁନା, ଲକ୍ଷେ ମେଟ୍ରିକ ଟନ ଅରୁଆ ଉଠାଇବ କେନ୍ଦ୍ର ବୋଲି ଯୋଗାଣ ମନ୍ତ୍ରୀ ସୂଚନା ଦେଇଛନ୍ତି । ରାଜ୍ୟରେ ମୋଟ ୭ଲକ୍ଷ ମେଟ୍ରିକ୍ ଟନ ଚାଉଳ ଅଛି । ବାକି ୧ଲକ୍ଷ ମେଟ୍ରିକ୍ ଟନ ଚାଉଳ ନିଲାମ କରାଯିବ । ଏନେଇ କେନ୍ଦ୍ର ମନ୍ତ୍ରୀ ପ୍ରହଲ୍ଲାଦ ଯୋଶୀ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ।












Click it and Unblock the Notifications