Get Updates
Get notified of breaking news, exclusive insights, and must-see stories!

ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି ହେଲେ ପଦ୍ମଶ୍ରୀ କମଳା ପୂଜାରୀ

ପଦ୍ମଶ୍ରୀ କମଳା ପୂଜାରୀ ଅସୁସ୍ଥ । ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି ହୋଇଛନ୍ତି ପଦ୍ମଶ୍ରୀ କମଳା ପୂଜାରୀ । ଓଡ଼ିଶାର ଗର୍ବ ଓ ଗୌରବ ପଦ୍ମଶ୍ରୀ କମଳା ପୂଜାରୀ ଅସୁସ୍ଥ ହୋଇ ପଡ଼ିଛନ୍ତି । କମଳାଙ୍କର ସ୍ୱାସ୍ଥ୍ୟାବସ୍ଥା ଅଚାନକ ବିଗିଡ଼ିବାକୁ ନେଇ ଏବେ ଚାରିଆଡ଼େ ବେଶ୍ ଚର୍ଚ୍ଚାର ବିଷୟ ପାଲଟିଛି ।

ତାଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି । କମଳା ପୂଜାରୀଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ବେଳେ ସେଠାରେ ୫ ଜଣିଆ ଡାକ୍ତରୀ ଟିମଙ୍କ ତତ୍ତ୍ୱାବଧାନରେ ତାଙ୍କର ଚିକିତ୍ସା କରାଯାଉଛି ।

ସୂଚନା ଯୋଗ୍ୟ, ଗତ କିଛିବର୍ଷ ଧରି ବିଶିଷ୍ଟ ସମାଜସେବୀ କମଳା ପୂଜାରୀଙ୍କ ସ୍ୱାସ୍ଥ୍ୟାବସ୍ଥାରେ ଅବଗତି ଦେଖିବାକୁ ମିଳିଥିଲା । ଗତ ୨୦୨୨ ମସିହା ସେପ୍ଟେମ୍ବର ମାସରେ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ SCB ରେ ଭର୍ତ୍ତି କରାଯାଇଥିଲା ।

Kamala Pujari

ସେହିପରି ୨୦୨୦ ମସିହା ଜୁନ ମାସରେ ସେ ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ଜୟପୁର ସ୍ଥିତ ଜିଲ୍ଲା ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ଏବେ ପୁଣି ଥରେ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାକୁ ନେଇ ତାଙ୍କର ବିଭିନ୍ନ ମହଲରେ ନିରାଶା ଖେଳିଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+