ପରଲୋକରେ ପଦ୍ମଶ୍ରୀ କମଳା ପୂଜାରୀ: ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ସମ୍ପନ୍ନ ହେବ ଶେଷକୃତ୍ୟ
Odisha News: ଶନିବାର ଦିନ କଟକ ବଡ଼ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ କମଳା ପୂଜାରୀଙ୍କ ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ବୟସ ହୋଇଥିଲା । ସେ ଦୀର୍ଘ ଦିନ ହେବ ଅସୁସ୍ଥ ଥିଲେ ଏବଂ ୧୮ ତାରିଖଠୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ସେହି କିଡ଼ନୀ ଜନିତ ସମସ୍ୟାରେ ପୀଡ଼ିତ ଥିଲେ । ଆଜି ତାଙ୍କର ହୃଦଘାତରେ ମୃତ୍ୟୁ ହୋଇଛି ।

ଆପଣଙ୍କୁ ଜଣାଇବା ପାଇଁ ଚାହିଁବୁ ଯେ ତାଙ୍କୁ ବିଭିନ୍ନ କିସମର ଧାନ ସଂରକ୍ଷଣ ପାଇଁ ୨୦୧୯ରେ ପଦ୍ମଶ୍ରୀ ପୁରସ୍କାରରେ କେନ୍ଦ୍ର ସରକାର ସମ୍ମାନୀତ କରିଥିଲେ । ତାଙ୍କ ବିୟୋଗ ଦେଶ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେ ଆହୁରି କହିଛନ୍ତି, ପରିବେଶର ସୁରକ୍ଷା ପାଇଁ ତାଙ୍କ ଅବଦାନ ସ୍ମରଣୀୟ । ଏହାସହ ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପଦ୍ମଶ୍ରୀ କମଳା ପୂଜାରୀଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।












Click it and Unblock the Notifications