ଶତାୟୁ ଶିକ୍ଷକ ପଦ୍ମଶ୍ରୀ ନନ୍ଦ ସାରଙ୍କ ପରଲୋକ

ପଦ୍ମଶ୍ରୀ ନନ୍ଦକିଶୋର ପୃଷ୍ଟିଙ୍କ ପରଲୋକ । ଭୁବନେଶ୍ୱରର ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ଘଟିଛି । ଶତାୟୁ ଶିକ୍ଷକ ଭାବେ ଜଣାଶୁଣା ନନ୍ଦ କିଶୋର ପୃଷ୍ଟିଙ୍କୁ ନିକଟରେ ଭାରତ ସରକାର ପଦ୍ମଶ୍ରୀ ଉପାଧିରେ ସମ୍ମାନିତ କରିଥିଲେ ।

ଭୁବନେଶ୍ୱର: ପଦ୍ମଶ୍ରୀ ନନ୍ଦକିଶୋର ପୃଷ୍ଟିଙ୍କ ପରଲୋକ । ଭୁବନେଶ୍ୱରର ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ଘଟିଛି । ଶତାୟୁ ଶିକ୍ଷକ ଭାବେ ଜଣାଶୁଣା ନନ୍ଦ କିଶୋର ପୃଷ୍ଟିଙ୍କୁ ନିକଟରେ ଭାରତ ସରକାର ପଦ୍ମଶ୍ରୀ ଉପାଧିରେ ସମ୍ମାନିତ କରିଥିଲେ । କରୋନା ଆକ୍ରାନ୍ତ ହୋଇ ଚିକିତ୍ସିତ ଥିଲେ ନନ୍ଦ ସାର । ୧୦୪ ବର୍ଷ ବୟସରେ ନନ୍ଦ ସାରଙ୍କ ଦେହାନ୍ତ ହୋଇଛି । ତାଙ୍କ ନାତି ଖଗେଶ୍ୱର ପୃଷ୍ଟି ଏହି ସୂଚନା ଦେଇଛନ୍ତି।

Padma Shri Nanda Sir

ନଭେମ୍ବର ୨୯ ତାରିଖରେ ନନ୍ଦ ସାର ଅସୁସ୍ଥ ଅନୁଭବ କରି ତଳେ ପଡ଼ି ଯାଇଥିଲେ। ଏହା ପରେ ତାଙ୍କୁ ଯାଜପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ସେ କୋଭିଡ୍‌ ପଜିଟିଭ ଚିହ୍ନଟ ହୋଇଥିଲେ। ତା'ପରେ ସେହି ଦିନ ରାତିରେ ତାଙ୍କୁ ଯାଜପୁର ଜିଲ୍ଲାରେ ଥିବା ଏକ କୋଭିଡ୍‌ ହସ୍‌ପିଟାଲ୍‌କୁ ସ୍ଥାନାନ୍ତର କରାଯାଇଥିଲା। ତିନି ଦିନ ତଳେ ସେଠାରୁ ତାଙ୍କୁ ଭୁବନେଶ୍ୱର ଅଣାଯାଇ ଏକ ଘରୋଇ ହସ୍‌ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା।

ସୂଚନାଯୋଗ୍ୟ, ନଭେମ୍ବର ୯ ତାରିଖରେ ସେ ନୂଆଦିଲ୍ଲୀରେ ରାଷ୍ଟ୍ରପତିଙ୍କ ଦ୍ୱାରା ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହୋଇଥିଲେ। ଯାଜପୁର ଜିଲ୍ଲା ସୁକିନ୍ଦା ବ୍ଳକ୍‌ର କନ୍ତିରା ଗାଁର ବାସିନ୍ଦା ନନ୍ଦ ସାର୍ ୭୫ ବର୍ଷ ଧରି ଗାଁ ଛୁଆଙ୍କୁ ଚାଟଶାଳୀରେ ପାଠପଢ଼ାଇ ଆସୁଥିଲେ। ହେଲେ ଏଥିପାଇଁ ସେ ପାରିଶ୍ରମିକ ନେଉ ନଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+