ପଦ୍ମଶ୍ରୀ କବି ଜୟନ୍ତ ମହାପାତ୍ରଙ୍କ ପରଲୋକ
ଭୁବନେଶ୍ବର: ପଦ୍ମଶ୍ରୀ କବି ଜୟନ୍ତ ମହାପାତ୍ରଙ୍କ ପରଲୋକ । କଟକ ଏସସିବିରେ ଚିକିତ୍ସାଧିନ ଥିଲେ ଜୟନ୍ତ ମହାପାତ୍ର । ନିମୋନିଆରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ। ବ୍ରେନ ଷ୍ଟ୍ରୋକ ହେବାରୁ ତାଙ୍କର ଦେହାନ୍ତ ଘଟିଥିବା ସୂଚନା ।

୯୫ ବର୍ଷ ବୟସରେ ଜୟନ୍ତ ମହାପାତ୍ରଙ୍କ ପରଲୋକ ଘଟିଛି । ଗତ ୪ ତାରିଖରୁ ସେ ଏସସିବି ମେଡିକାଲରେ ଚିକିତ୍ସିତ ହେଉଥିଲେ। କିଛି ଦିନ ହେଲା ଏସସିବିର ଆସିୟୁରେ ରଖାଯାଇ ତାଙ୍କର ଚିକିତ୍ସା କରାଯାଉଥିଲା । ହେଲେ ଗତକାଲି ରାତିରେ ସ୍ୱାସ୍ଥ୍ୟବସ୍ଥା ବିଗିଡିବାରୁ ତାଙ୍କୁ ଭେଣ୍ଟିଲେଟରକୁ ସ୍ଥାନାନ୍ତର କରାଯାଇ ଥିଲା । ଅଗଷ୍ଟ ୪ ତାରିଖରେ ଜୟନ୍ତ ମହାପାତ୍ର ଅସୁସ୍ଥ ହୋଇପଡିବାରୁ କଟକ ବଡ ମେଡିକାଲକୁ ଅଣାଯାଇଥିଲା । ଚିକିତ୍ସା ପରେ ତାଙ୍କ ସ୍ୱାସ୍ଥ୍ୟବସ୍ଥାରେ ସୁଧାର ଆସୁଥିବା ବେଳେ ହଠାତ ସ୍ୱାସ୍ଥ୍ୟବସ୍ଥା ବିଗିଡିଯାଇଥିଲା ।
ଉଭୟ ଓଡିଆ ଇଂରାଜୀରେ କବିତା ସଂକଳନ ସହ ଗପ ବହି, ଆତ୍ମଜିବନୀ ପାହିନି ରାତି ଓଡିଆ ସାହିତ୍ୟକୁ ରୁଦ୍ଧିମନ୍ତ କରିଛି । ସାହିତ୍ୟ ସାଧନା ପାଇଁ ତାଙ୍କୁ ପଦ୍ମଶ୍ରୀ ସମ୍ମାନ, କେନ୍ଦ୍ର ସାହିତ୍ୟ ଏକଡେମୀ ପୁରସ୍କାର, ଉକ୍ରଳ ରତ୍ନ ସମ୍ମାନ, ସାରଳା ସମ୍ମାନ, ବିଷୁବ ପୁରସ୍କାରରେ ସମ୍ମାନୀତି କରାଯାଇଛି ।












Click it and Unblock the Notifications