ପଦ୍ମଶ୍ରୀ ପ୍ରଫେସର ରାଧାମୋହନଙ୍କ ପରଲୋକ
ପଦ୍ମଶ୍ରୀ ପ୍ରଫେସର ରାଧାମୋହନଙ୍କ ପରଲୋକ। ଗତକାଲି ରାତିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ବିୟୋଗ ହୋଇଛି। କିଛି ଦିନ ହେବ ଅସୁସ୍ଥ ହୋଇ ସମ୍ ହସପିଟାଲରେ ଚିକିତ୍ସାଧୀନ ଥିଲେ।
ଭୁବନେଶ୍ୱର: ପଦ୍ମଶ୍ରୀ ପ୍ରଫେସର ରାଧାମୋହନଙ୍କ ପରଲୋକ। ଗତକାଲି ରାତିରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ବିୟୋଗ ହୋଇଛି। କିଛି ଦିନ ହେବ ଅସୁସ୍ଥ ହୋଇ ସମ୍ ହସପିଟାଲରେ ଚିକିତ୍ସାଧୀନ ଥିଲେ। ରାଧାମୋହନଙ୍କ ପରଲୋକ ନେଇ ତାଙ୍କ ଝିଅ ସାବରମତି ସୂଚନା ଦେଇଛନ୍ତି।

କୃଷି କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ୨୦୨୦ରେ ପ୍ରଫେସର ରାଧାମୋହନ ଓ ତାଙ୍କ ଝିଅ ସାବରମତିଙ୍କୁ ମିଳିତ ଭାବେ ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନିତ କରାଯାଇଥିଲା। ଖାଲି ପଡ଼ିଥିବା ଜମିରେ ଜୈବିକ ଚାଷ କରି ସେ ବୈପବ୍ଲିକ ପରିବର୍ତ୍ତନ ଆଣିଥିଲେ।
ନୟାଗଡ଼ରେ ଖାଲି ପଡ଼ିଥିବା ଜମିରେ ଜୈବିକ ପ୍ରଣାଳୀରେ ଚାଷ କରି ଲୋକମାନଙ୍କ ପାଇଁ ଉଦାହରଣ ସୃଷ୍ଟି କରିଥିଲେ ପ୍ରଫେସର ରାଧାମୋହନ। ପୂର୍ବରୁ ଓଡିଶାର ସୂଚନା କମିଶନର ଭାବେ ଦାୟିତ୍ୱ ତୁଲାଇଥିଲେ।
ପ୍ରଫେସର ରାଧାମୋହନଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ସାଂସଦ ଜୁଏଲ ଓରାମ୍, ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନଙ୍କ ସମେତ ପ୍ରମୁଖ ଲୋକ ଶୋକ ବ୍ୟକ୍ତ କରିଛନ୍ତି। ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ, ରାଧମୋହନଙ୍କୁ ଜଣେ ବିଶିଷ୍ଟ ପରିବେଶ ବିତ୍ ତଥା ଶିକ୍ଷାବିତ୍ ଭାବେ ବର୍ଣ୍ଣନା କରିଛନ୍ତି।












Click it and Unblock the Notifications