Get Updates
Get notified of breaking news, exclusive insights, and must-see stories!

ଆଜି ଅନ୍ତର୍ଜାତୀୟ ମହିଳା ଦିବସ, ବାଲୁକା କଳାରେ ଶୁଭେଚ୍ଛା ଜଣାଇଲେ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ

ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ବାଲୁକା କଳା ମାଧ୍ୟମରେ ଅନ୍ତର୍ଜାତୀୟ ମହିଳା ଦିବସର ଶୁଭେଚ୍ଛା ଜଣାଇଛନ୍ତି ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ । ପୁରୀ ସ୍ୱର୍ଣ୍ଣାଭ ବେଳାଭୂମିରେ ମହିଳା ଦିବସ ଉପଲକ୍ଷେ କଳାକୃତି ନିର୍ମାଣ କରିଛନ୍ତି ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟ

ଭୁବନେଶ୍ୱର: ଆଜି ଅନ୍ତର୍ଜାତୀୟ ମହିଳା ଦିବସ । ମହିଳାମାନଙ୍କର ସାମାଜିକ, ଅର୍ଥନୈତିକ, ସାଂସ୍କୃତିକ ଓ ରାଜନୈତିକ ଉପଲବ୍‌ଧିକୁ ପାଳନ କରିବା ଲାଗି ପ୍ରତିବର୍ଷ ମାର୍ଚ୍ଚ ୮ ତାରିଖରେ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ କରାଯାଇଥାଏ । ସମାଜରୁ ଲିଙ୍ଗଗତ ଭେଦଭାବ ଦୂର ଲାଗି ମଧ୍ୟ ଏହା ମାଧ୍ୟମରେ ସଚେତନତା ସୃଷ୍ଟି କରାଯାଏ ।

International Womens Day

ପ୍ରଥମେ ଆମେରିକାରେ ୨୮ ଫେବୃଆରୀ ୧୯୦୯ରେ ଏହି ଦିନକୁ ମହିଳା ଦିବସ ଭାବରେ ପାଳନ କରାଯାଉଥିଲା । ସେତେବେଳେ ଏହା କେବଳ ଆମେରିକାରେ ହିଁ ସୀମିତ ଥିଲା । ଏହାପରେ ୧୯୧୦ ମସିହାରେ ଏହି ଦିବସକୁ ମାନ୍ୟତା ମିଳିଥିଲା । ମହିଳାମାନଙ୍କୁ ଭୋଟର ଅଧିକାର ଦେବା ଏହାର ମୂଳ ଉଦ୍ଦେଶ୍ୟ ରହିଥିଲା । ୧୯୧୭ ମସିହାରେ ସୋଭିଏତ୍ ୟୁନିଅନ୍ ଏହି ଦିନକୁ ଜାତୀୟ ଛୁଟିଦିନ ଭାବରେ ଘୋଷଣା କରିଥିଲା । ମିଳିତ ଜାତିସଂଘ ୧୯୯୬ ମସିହାରୁ ଏକ ବିଶେଷ ଥିମ୍ ସହିତ ଅନ୍ତର୍ଜାତୀୟ ମହିଳା ପାଳନ କରିବା ଆରମ୍ଭ କରିଥିଲା ।

ଅନ୍ତର୍ଜାତୀୟ ମହିଳା ଦିବସ ଅବସରରେ ବାଲୁକା କଳା ମାଧ୍ୟମରେ ଅନ୍ତର୍ଜାତୀୟ ମହିଳା ଦିବସର ଶୁଭେଚ୍ଛା ଜଣାଇଛନ୍ତି ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ । ପୁରୀ ସ୍ୱର୍ଣ୍ଣାଭ ବେଳାଭୂମିରେ ମହିଳା ଦିବସ ଉପଲକ୍ଷେ କଳାକୃତି ନିର୍ମାଣ କରିଛନ୍ତି ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକଙ୍କ ଛାତ୍ରଛାତ୍ରୀ । ସେପଟେ ବାଲୁକା ଶିଳ୍ପୀ ମାନସ ସାହୁ ମଧ୍ୟ ପୁରୀ ଲାଇଟ ହାଉସ ବେଳାଭୂମିରେ ମହିଳା ଦିବସ ଅବସରରେ କଳାକୃତି ନିର୍ମାଣ କରି ଶୁଭେଚ୍ଛା ଜଣାଇଛନ୍ତି ।

International Womens Day

ଏ ବର୍ଷ ର ଥିମକୁ ଆଧାର କରି ପୁରୀର ଲାଇଟ ହାଉସ ନିକଟସ୍ଥ ବେଳାଭୂମିରେ ବାଲୁକା କଳା ନିର୍ମାଣ କରିଛନ୍ତି ଏଥିରେ ସେ ନାରୀ ମାନଙ୍କୁ ସମ୍ମାନ ଜଣାଇବା ସହିତ ପୁରୁଷ ଏବଂ ନାରୀ ମାନଙ୍କ ମଧ୍ୟରେ ପକ୍ଷପାତ ନ କରି ସମ ଦୃଷ୍ଟିରେ ଦେଖିବା ସହିତ ନାରୀମାନଙ୍କର ସମାଜରେ ସମାନ ଅଧିକାର ଥିବାର ବାର୍ତ୍ତା ଦେଇଛନ୍ତି । ଏହି ବାଲୁକା କଳାଟି ୧୫ ଫୁଟ ଓସାର ବିଶିଷ୍ଟ ଏବଂ ଏଥିରେ ୧୫ ଟନ ବାଲି ବ୍ୟବହାର କରାଯାଇଛି । ଏହି ବାଲୁକା କଳାକୁ ନିର୍ମାଣ କରିବାକୁ ମାନସ ସାହୁଙ୍କୁ ୭ ଘଣ୍ଟା ସମୟ ଲାଗିଥିଲା । ଏଥିରେ ସେ "Break The Bias" ର ବାର୍ତ୍ତା ଦେଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+