Get Updates
Get notified of breaking news, exclusive insights, and must-see stories!

୩ ଓଡ଼ିଆଙ୍କୁ ମିଳିଲା ପଦ୍ମଶ୍ରୀ

ନୂଆଦିଲ୍ଲୀ: ଆଜି ରାଷ୍ଟ୍ରପତି ଭବନରେ ପ୍ରଦାନ କରାଯାଇଛି ୨୦୨୩ର ଦ୍ଵିତୀୟ ପର୍ଯ୍ଯାୟ ପଦ୍ମ ପୁରସ୍କାର । ବୁଧବାର ରାଷ୍ଟ୍ରପତି ଭବନରେ ଆୟୋଜିତ ଭବ୍ୟ ସମାରୋହରେ ରାଷ୍ଟ୍ରପତି ବିଭିନ୍ନ କ୍ଷେତ୍ରରେ କୃତିତ୍ବ ହାସଲ କରିଥିବା ବ୍ୟକ୍ତିତ୍ବଙ୍କୁ ଏହି ମର୍ଯ୍ଯାଦାଜନକ ପୁରସ୍କାର ପ୍ରଦାନ କରିଛନ୍ତି ।

ଚଳିତ ବର୍ଷ ୧୦୬ ଜଣଙ୍କୁ ପଦ୍ମ ପୁରସ୍କାର ନିମନ୍ତେ ଚୟନ କରାଯାଇଥିଲା । ସେମାନଙ୍କ ମଧ୍ୟରେ ୬ ଜଣ ପଦ୍ମ ବିଭୂଷଣ, ୯ ଜଣ ପଦ୍ମ ଭୂଷଣ ଓ ୯୧ ଜଣ ପଦ୍ମଶ୍ରୀ ପୁରସ୍କାର ପାଇଁ ମନୋନୀତ ହୋଇଥିଲେ । ଆଜି ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସମସ୍ତ ବିଜେତାଙ୍କୁ ଦ୍ୱିତୀୟ ପର୍ଯ୍ୟାୟ ପଦ୍ମ ପୁରସ୍କାର ପ୍ରଦାନ କରିଛନ୍ତି ।

Padma Shri to 3 Odia

ତେବେ ପଦ୍ମଶ୍ରୀ ପୁରସ୍କାର ପାଇଁ ଓଡ଼ିଶାରୁ ୪ ଜଣଙ୍କ ନାମ ଘୋଷଣା କରାଯାଇଥିଲା । ସେମାନଙ୍କ ମଧ୍ୟରେ ସାହିତ୍ୟ ଓ ଶିକ୍ଷା ପାଇଁ ପଣ୍ଡିତ ଅନ୍ତର୍ଯ୍ୟାମୀ ମିଶ୍ର, ରଙ୍ଗବତୀର ଗାୟିକା କ୍ରିଷ୍ଟା ପଟେଲ, କୃଷି ପାଇଁ ପଟ୍ଟାୟତ ସାହୁ ଓ କଣ୍ଢେଇ ନୃତ୍ୟ ପଇଁ ମାଗୁଣି ଚରଣ କୁଅଁର ମନୋନୀତ ହୋଇଥିଲେ । ତେବେ ମାଗୁଣି ରାଷ୍ଟ୍ରପତିଙ୍କଠାରୁ ପୂର୍ବରୁ ପଦ୍ମଶ୍ରୀ ପୁରସ୍କାର ଗ୍ରହଣ କରି ସାରିଥିବା ବେଳେ ଅନ୍ୟ ୩ ଜଣ ବିଜେତାଙ୍କୁ ଆଜି ପୁରସ୍କାର ପ୍ରଦାନ କରାଯାଇଛି ।

Padma Shri to 3 Odia

ସାହିତ୍ୟ ଓ ଶିକ୍ଷା ପାଇଁ ଢେଙ୍କାନାଳର ଅନ୍ତର୍ଯ୍ଯାମୀ ମିଶ୍ରଙ୍କୁ ମିଳିଛି ପଦ୍ମଶ୍ରୀ ସମ୍ମାନ । ଓଡ଼ିଆ ସାହିତ୍ୟ, ସଂସ୍କୃତି, ଇତିହାସ, ଭାଷାତତ୍ତ୍ବ ଓ ବ୍ୟାକରଣ ଆଦି କ୍ଷେତ୍ରରେ ଅଧ୍ୟୟନ, ଗବେଷଣା, ପ୍ରବନ୍ଧ ଲିଖନ, ପୁସ୍ତକ ପ୍ରକାଶନ ଆଦିରେ ତାଙ୍କର ବଳିଷ୍ଠ ଯୋଗଦାନ ରହିଛି । ତାଙ୍କର ୩୦ ଖଣ୍ଡରୁ ଅଧିକ ପୁସ୍ତକ ପ୍ରକାଶିତ ହୋଇଛି । ୨୦୧୯ ରେ ସେ ରାଷ୍ଟ୍ରପତି ପୁରସ୍କାରରେ ସମ୍ମାନିତ ହୋଇଥିଲେ ।

Padma Shri to 3 Odia

ସେହିପରି କଳା କ୍ଷେତ୍ରରେ ଅବଦାନ ପାଇଁ ସମ୍ବଲପୁରର କ୍ରିଷ୍ଣା ପଟେଲ ପଦ୍ମଶ୍ରୀ ସମ୍ମାନ ପାଇଛନ୍ତି। ରଙ୍ଗବତୀ ଗୀତର ଗାୟିକା କ୍ରିଷ୍ଣା ପଟେଲ। ସେହିପରି କୃଷି କ୍ଷେତ୍ରରେ ଅବଦାନ ପାଇଁ କଳାହାଣ୍ଡିର ପଟ୍ଟାୟତ ସାହୁଙ୍କୁ ପଦ୍ମଶ୍ରୀ ସମ୍ମାନ ପ୍ରଦାନ କରାଯାଇଛି। ବିଲୁପ୍ତ ହୋଇଯାଉଥିବା ଔଷଧୀୟ ବୃକ୍ଷରାଜିକୁ ସେ ସଂରକ୍ଷଣ କରନ୍ତି । ୬୫ ଡିସିମିଲ ଜାଗାରେ ୨୫୦୦ରୁ ଊର୍ଦ୍ଧ୍ବ ଔଷଧୀୟ ବୃକ୍ଷ ଲଗାଇ ସେ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛନ୍ତି । ଔଷଧୀୟ ବୃକ୍ଷ ଲଗାଇବା ସହିତ ବୈଦ୍ୟ କାମ କରି ଲୋକଙ୍କୁ ସେବା ଯୋଗାଇ ଥାନ୍ତି ।

Padma Shri to 3 Odia
More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+