ସ୍ୱର୍ଗଦ୍ୱାରରେ ହେବ ପଦ୍ମଭୂଷଣ ରଘୁନାଥ ମହାପାତ୍ରଙ୍କ ଶେଷକୃତ୍ୟ
ପୁରୀ ସ୍ୱର୍ଗଦ୍ୱାରରେ ହେବ ରାଜ୍ୟସଭା ସାଂସଦ ପଦ୍ମଭୂଷଣ ସ୍ବର୍ଗତ ରଘୁନାଥ ମହାପାତ୍ରଙ୍କ ଅନ୍ତେଷ୍ଟି। ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ହେବ ଅନ୍ତିମ ସଂସ୍କାର। ବିଏମସି ପକ୍ଷରୁ ସୂଚନା ଦିଆଯାଇଛି ।
ଭୁବନେଶ୍ବର: ପୁରୀ ସ୍ୱର୍ଗଦ୍ୱାରରେ ହେବ ରାଜ୍ୟସଭା ସାଂସଦ ପଦ୍ମଭୂଷଣ ସ୍ବର୍ଗତ ରଘୁନାଥ ମହାପାତ୍ରଙ୍କ ଅନ୍ତେଷ୍ଟି। ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ହେବ ଅନ୍ତିମ ସଂସ୍କାର। ବିଏମସି ପକ୍ଷରୁ ସୂଚନା ଦିଆଯାଇଛି ।

ସୂଚନାଯୋଗ୍ୟ ରାଜ୍ୟସଭା ସାଂସଦ ତଥା ବିଶିଷ୍ଟ ଭାସ୍କର୍ଯ୍ୟ ଶିଳ୍ପୀ ରଘୁନାଥ ମହାପାତ୍ରଙ୍କ କରୋନାରେ ପରଲୋକ ଘଟିଛି। ରବିବାର(ଆଜି) ଅପରାହ୍ନ ୩ଟା ୪୯ରେ ଭୁବନେଶ୍ଵର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ବୟସ ହୋଇଥିଲା।
ରଘୁନାଥ ମହାପାତ୍ରଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକାଶ କରିଛନ୍ତି । ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ରାଜ୍ୟପାଳ ଡଃ ଗଣେଷୀ ଲାଲ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରାଧାନ ମଧ୍ୟ ଶୋକ ବ୍ୟକ୍ତ କରିଛନ୍ତି ।
ରଘୁନାଥ ମହାପାତ୍ର ୧୯୭୫ ମସିହାରେ ପଦ୍ମଶ୍ରୀ, ୨୦୦୧ ମସିହାରେ ପଦ୍ମଭୂଷଣ ଓ ୨୦୧୩ ମସିହା ସାଧାରଣତନ୍ତ୍ର ଦିବସ ଅବସରରେ ପଦ୍ମବିଭୂଷଣରେ ସମ୍ମାନୀତ ହୋଇଥିଲେ । ୨୦୧୮ରେ ରାଜ୍ୟସଭାକୁ ମନୋନୀତ ହୋଇଥିଲେ ।












Click it and Unblock the Notifications