ପଦ୍ମପୁର ରେଜଲ୍ଟ : ବିଜେଡ଼ିର ବିଜୟ 'ବର୍ଷା' !
ସଦ୍ୟତମ ଗଣତି ହୋଇଥିବା ୬ଟି ଯାକ ରାଉଣ୍ଡରେ ବିଜେଡି ଆଗରେ ରହିଛି । ପ୍ରଥମ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ବର୍ଷା ସିଂ ବରିହା ୧୭୧୨ ଭୋଟରେ ଆଗୁଆ ଥିବା ବେଳେ ଦ୍ୱିତୀୟ ରାଉଣ୍ଡରେ ୧୯୦୭, ୩ୟ ରାଉଣ୍ଡରେ ୨୧୪୭, ୪ର୍ଥ ରାଉଣ୍ଡରେ ୨୪୧୨ ଏବଂ ୫ମ ରାଉଣ୍ଡରେ ୨୦୪୨ ଓ ୬ଷ୍ଠ ରା
ପଦ୍ମପୁର: ପଦ୍ମପୁର ଉପନିର୍ବାଚନ ରେଜଲ୍ଟ ରେ ଆଗେଇ ଚାଲିଛି ବିଜେଡି । ସଦ୍ୟତମ ଗଣତି ହୋଇଥିବା ୬ଟି ଯାକ ରାଉଣ୍ଡରେ ବିଜେଡି ଆଗରେ ରହିଛି । ପ୍ରଥମ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ବର୍ଷା ସିଂ ବରିହା ୧୭୧୨ ଭୋଟରେ ଆଗୁଆ ଥିବା ବେଳେ ଦ୍ୱିତୀୟ ରାଉଣ୍ଡରେ ୧୯୦୭, ୩ୟ ରାଉଣ୍ଡରେ ୨୧୪୭, ୪ର୍ଥ ରାଉଣ୍ଡରେ ୨୪୧୨ ଏବଂ ୫ମ ରାଉଣ୍ଡରେ ୨୦୪୨ ଓ ୬ଷ୍ଠ ରାଉଣ୍ଡରେ ୨୩୨୨ ଖଣ୍ଡ ଭୋଟରେ ଆଗୁଆ ରହିଛନ୍ତି ।

ତେବେ ୬ଷ୍ଠ ରାଉଣ୍ଡ ସୁଦ୍ଧା ବିଜେଡି ମୋଟ୍ ୩୧୮୮୬ ଖଣ୍ଚ ଭୋଟ୍ , ବିଜେପି ୨୧୧୮୨ ଓ କଂଗ୍ରେସ ୯୭୦ ଭୋଟ୍ ପାଇଛି । ମୋଟ ୧୦୭୦୪ ଭୋଟରେ ବିଜେଡି ପ୍ରାର୍ଥୀ ବର୍ଷା ସିଂ ବରିହା ଆଗୁଆ ରହିଛନ୍ତି ।

କହିରଖୁ କି, ଆଜି ସକାଳ ୮ରୁ ପ୍ରଥମେ ପୋଷ୍ଟାଲ ବାଲାଟ ଗଣତି ହୋଇଥିଲା । ସେହିଭଳି ସକାଳା ୮ଟା ୩୦ରେ ଆରମ୍ଭ ହୋଇଥିଲା ଇଭିଏମର ଗଣତି । ୧୪ଟି ଟେବୁଲରେ ୨୩ ରାଉଣ୍ଡ ଗଣତି ଜାରି ରହିଛି । ସନ୍ଧ୍ୟା ସୁଦ୍ଧା ଜନଦେଶ କାହା ସପକ୍ଷରେ ଯାଇଛି ସ୍ପଷ୍ଟ ହୋଇଯିବ । ବିଜେଡି ହାତରେ ପଦ୍ମପୁର ରହିବ ନା ପଦ୍ମପୁରରେ ପଦ୍ମ ଫୁଟିବ, ତାହା ଗଣତି ଶେଷରେ ଜଣା ପଡିବ ।
ସୂଚନାଯୋଗ୍ୟ, ଗତ ୫ ତାରିଖରେ ପଦ୍ମପୁର ଉପନିର୍ବାଚନ ପାଇଁ ମୋଟ୍ ୮୧.୨୯% ଭୋଟର୍ ମତଦାନ ହୋଇଥିଲା । ଯାହାକି ନିର୍ବାଚନୀମଣ୍ଡଳୀ ପାଇଁ ଏକ ସର୍ବକାଳୀନ ରେକର୍ଡ । ତେବେ ପଦ୍ମପୁର ପାଇଁ ପ୍ରଦୀପ ପୁରୋହିତଙ୍କୁ ବିଜେପି ପ୍ରାର୍ଥୀ କରିଥିବା ବେଳେ ବିଜେଡି ବର୍ଷା ସିଂ ବରିହାଙ୍କୁ ପ୍ରାର୍ଥୀ କରିଛି । ସେହିପରି କଂଗ୍ରେସ ସତ୍ୟଭୂଷଣ ସାହୁଙ୍କୁ ପ୍ରାର୍ଥୀ କରିଛି । ବିଜୟ ରଞ୍ଜନ ସିଂ ବରିହାଙ୍କ ପରଲୋକ ପରେ ପଦ୍ମପୁରରେ ଉପନିର୍ବାଚନ ହେଉଛି ।
-
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି, ବଢିଲା ଏଲପିଜି ସିଲିଣ୍ଡର ବୁକିଂର ସମୟ












Click it and Unblock the Notifications