ପଦ୍ମପୁର ଭୋଟିଂ: ଦିନ ୧ଟା ସୁଦ୍ଧା ୪୬.୯୬ ପ୍ରତିଶତ ମତଦାନ

ଭୋଟ୍ ଦେଉଛନ୍ତି ପଦ୍ମପୁରବାସୀ । ସକାଳ ୭ଟାରୁ ଆରମ୍ଭ ହୋଇଛି ପଦ୍ମପୁର ଉପନିର୍ବାଚନ ପାଇଁ ଭୋଟିଂ । ଗଣତନ୍ତ୍ରର ମହାନ ପର୍ବରେ ସାମିଲ ହେବା ପାଇଁ ଲୋକଙ୍କ ମଧ୍ୟ ଉତ୍ସାହ ଦେଖିବା ପାଇଁ ମିଳୁଛି ।

ପଦ୍ମପୁର: ଭୋଟ୍ ଦେଉଛନ୍ତି ପଦ୍ମପୁରବାସୀ । ସକାଳ ୭ଟାରୁ ଆରମ୍ଭ ହୋଇଛି ପଦ୍ମପୁର ଉପନିର୍ବାଚନ ପାଇଁ ଭୋଟିଂ । ଗଣତନ୍ତ୍ରର ମହାନ ପର୍ବରେ ସାମିଲ ହେବା ପାଇଁ ଲୋକଙ୍କ ମଧ୍ୟ ଉତ୍ସାହ ଦେଖିବା ପାଇଁ ମିଳୁଛି । ତେବେ ଦିନ ୧ଟା ସୁଦ୍ଧା ୪୬.୯୬ ପ୍ରତିଶତ ମତଦାନ ସୂଚନା ରହିଛି ।

 Padmapur Voting

୩୧୯ ବୁଥରେ ଚାଲିଛି ମତଦାନ, ଲମ୍ବା ଧାଡ଼ିରେ ଛିଡ଼ା ହୋଇ ଭୋଟ୍ ଦେଉଛନ୍ତି ଲୋକେ । ୬ଟି ପିଙ୍କ୍ ବୁଥ୍ ହୋଇଥିବା ବେଳେ ୧୫ଟି ମଡେଲ୍ ବୁଥ୍ ହୋଇଛି । ୭୪ଟି ବୁଥ୍ ନକ୍ସଲ ପ୍ରଭାବିତ ଅଞ୍ଚଳରେ ରହିଛି । ସେହିପରି ୭୮ଟି ସମ୍ବେଦନଶୀଳ ବୁଥ ରହିଛି । ମତଦାନ ପାଇଁ ସମସ୍ତ ପୁଲିଂ ବୁଥ ଗୁଡିକରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ପଦ୍ମପୁର ଭୋଟିଂ ପାଇଁ ୧୨୭୬ ପୋଲିଂ ଅଧକାରୀ ନିଯୁକ୍ତ ହୋଇଛନ୍ତି । ଭୋଟ୍ ଗ୍ରହଣ ପାଇଁ ୯ କମ୍ପାନୀ କେନ୍ଦ୍ରୀୟ ଫୋର୍ସ ସମେତ ମୋଟ ୪୧ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି ।

କହିରଖୁ କି, ପଦ୍ମପୁର ପାଇଁ ପ୍ରଦୀପ ପୁରୋହିତଙ୍କୁ ବିଜେପି ପ୍ରାର୍ଥୀ କରିଥିବା ବେଳେ ବିଜେଡି ବର୍ଷା ସିଂ ବରିହାଙ୍କୁ ପ୍ରାର୍ଥୀ କରିଛି । ସେହିପରି କଂଗ୍ରେସ ସତ୍ୟଭୂଷଣ ସାହୁଙ୍କୁ ପ୍ରାର୍ଥୀ କରିଛି । ବିଜୟ ରଞ୍ଜନ ସିଂ ବରିହାଙ୍କ ପରଲୋକ ପରେ ପଦ୍ମପୁରରେ ଉପନିର୍ବାଚନ ହେଉଛି । ଆଜି ଭୋଟିଂ ଚାଲିଥିବା ବେଳେ ଡିସେମ୍ବର ୮ ତାରିଖରେ ପ୍ରକାଶ ପାଇବ ଫଳାଫଳ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+