୨୦୨୩ ଡିସେମ୍ବର ସୁଦ୍ଧା ପଦ୍ମପୁରକୁ ମିଳିବ ଜିଲ୍ଲା ମାନ୍ୟତା
: ୨୦୨୩ ସୁଦ୍ଧା ପଦ୍ମପୁର ଉପଖଣ୍ଡକୁ ମିଳିବ ଜିଲ୍ଲା ମାନ୍ୟତା । ଆଲୋଚନା ପରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏଭଳି ପ୍ରତିଶ୍ରୁତି ଦେଇଥିବା କହିଛନ୍ତି ପଦ୍ମପୁରକୁ ଜିଲ୍ଲା ପାଇଁ ଦାବି କରୁଥିବା କ୍ରିୟାନୁଷ୍ଠାନ କମିଟିର ସଦସ୍ୟ ।
ଭୁବନେଶ୍ୱର: ୨୦୨୩ ସୁଦ୍ଧା ପଦ୍ମପୁର ଉପଖଣ୍ଡକୁ ମିଳିବ ଜିଲ୍ଲା ମାନ୍ୟତା । ଆଲୋଚନା ପରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏଭଳି ପ୍ରତିଶ୍ରୁତି ଦେଇଥିବା କହିଛନ୍ତି ପଦ୍ମପୁରକୁ ଜିଲ୍ଲା ପାଇଁ ଦାବି କରୁଥିବା କ୍ରିୟାନୁଷ୍ଠାନ କମିଟିର ସଦସ୍ୟ । ଏପରିକି ଆଗାମୀ ପଦମପୁର ଉପ-ନିର୍ବାଚନରେ ବିଜେଡିର ଇସ୍ତାହାରରେ ଏହାକୁ ପ୍ରକାଶ କରାଯିବ ବୋଲି କହିଛନ୍ତି କ୍ରିୟାନୁଷ୍ଠାନ କମିଟିର ସଦସ୍ୟ ।

ତେବେ ପଦ୍ମପୁର ଉପନିର୍ବାଚନ ନିମନ୍ତେ ଆଚରଣ ସଂହିତା ଲାଗୁ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ହିସାବରେ ନୁହେଁ, ବିଜେଡିର ମୁଖିଆ ହିସାବରେ ଅଞ୍ଚଳବାସୀଙ୍କୁ ମିଳିଛି ଏହି ପ୍ରତିଶ୍ରୁତି। ଏହି ଖବର ପ୍ରଚାରିତ ହେବା ପରେ ପଦ୍ମପୁରବାସୀ ଉତ୍ସାହିତ ହୋଇ ପଡ଼ିଥିବା ବେଳେ ସେମାନଙ୍କ ଦୀର୍ଘ ଦିନର ଦାବି ପୂରଣ ହେବ ବୋଲି କହିଛନ୍ତି।
ଆଜି ପଦ୍ମପୁର ଉପଖଣ୍ଡକୁ ଜିଲ୍ଲା ମାନ୍ୟତା ଦାବି ନେଇ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ କମିଟି ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଥିଲେ। ନବୀନ ନିବାସରୁ ବାହାରି କମିଟିର ସଦସ୍ୟମାନେ ଆଲୋଚନା ସଫଳ ହୋଇଥିବା ଗଣମାଧ୍ୟମ ପ୍ରତିନିଧିଙ୍କୁ ସୂଚନା ଦେଇଛନ୍ତି। ହେଲେ ଏ ସମ୍ପର୍କରେ ଇସ୍ତାହାରରେ ଉଲ୍ଲେଖ ହେବା ପରେ ହିଁ ପଦ୍ମପୁରରେ ବିଭିନ୍ନ ସଙ୍ଗଠନ ପକ୍ଷରୁ ଚାଲିଥିବା ଆନ୍ଦୋଳନ ପ୍ରତ୍ୟାହାର କରାଯିବ ବୋଲି କମିଟି ପକ୍ଷରୁ କୁହାଯାଇଛି।












Click it and Unblock the Notifications