ପୁଣି ଅସୁସ୍ଥ ହେଲେ ପଦ୍ମଶ୍ରୀ ଡି. ପ୍ରକାଶ ରାଓ
ପଦ୍ମଶ୍ରୀ ଡି. ପ୍ରକାଶ ରାଓ ପୁଣିଥରେ ଅସୁସ୍ଥ ହୋଇପଡ଼ିଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି।
କଟକ: ପଦ୍ମଶ୍ରୀ ଡି. ପ୍ରକାଶ ରାଓ ପୁଣିଥରେ ଅସୁସ୍ଥ ହୋଇପଡ଼ିଛନ୍ତି। ଗୁରୁତର ଅବସ୍ଥାରେ ତାଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ରାଜ୍ୟର ଜଣେ ଜଣାଶୁଣା ସମାଜସେବୀ ତଥା ପଦ୍ମଶ୍ରୀ ଅଧିକାରୀ ହେଉଛନ୍ତି ଡି. ପ୍ରକାଶ ରାଓ ।

ତେବେ ସେ ଗତକାଲିଠାରୁ ଅସୁସ୍ଥ ହୋଇ ପଡ଼ିଥିଲେ। ଆଜି ଜିଲ୍ଲା ପ୍ରଶାସନ ପକ୍ଷରୁ ତାଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ସେଠାରେ ତାଙ୍କର ଚିକିତ୍ସା ଜାରି ରହିଛି। ଶ୍ୱାସକ୍ରିୟାରେ ସମସ୍ୟା ହେଉଥିବାରୁ ତାଙ୍କୁ ଆଇସିୟୁରେ ରଖାଯାଇଛି। ଅକ୍ସିଜେନ୍ ଲେବୁଲ କମ୍ ରହୁଥିବାରୁ ତାଙ୍କୁ ଅକ୍ସିଜେନ ସପୋର୍ଟ ଦିଆଯାଇଥିବା କୁହାଯାଇଛି।
କଟକ ବକ୍ସିବଜାରରେ ଚା' ଦୋକାନ କରିବା ସହ ବସ୍ତିବାସିନ୍ଦାଙ୍କ ପିଲାଙ୍କୁ ପାଠ ପଢ଼ାଉଥିଲେ ପ୍ରକାଶ ରାଓ। ଏହାପରେ ନିଜ ଉଦ୍ୟମରେ ସ୍କୁଲଟିଏ କରିବା ସହ ନିଜ ରୋଜଗାର ଟଙ୍କା ଖର୍ଚ୍ଚ କରି ପିଲାଙ୍କ ଯତ୍ନ ଓ ପଢ଼ା ଖର୍ଚ୍ଚ ବହନ କରୁଥିଲେ। ସେବା ପାଇଁ ପ୍ରକାଶଙ୍କୁ ରାଷ୍ଟ୍ରପତି ପଦ୍ମଶ୍ରୀ ସମ୍ମାନ ପ୍ରଦାନ କରାଯାଇଛି।












Click it and Unblock the Notifications