ପଦ୍ମଶ୍ରୀ କମଳା ପୂଜାରୀ ପୁଣି ଅସୁସ୍ଥ; କଟକ ଏସସିବି ମେଡିକାଲରେ ଭର୍ତ୍ତି
ପଦ୍ମଶ୍ରୀ କମଳା ପୂଜାରୀ ପୁଣି ଅସୁସ୍ଥ । କଟକ ଏସସିବି ମେଡିକାଲରେ ଭର୍ତ୍ତି ହୋଇଛନ୍ତି । ଆଜି ସ୍ବତନ୍ତ୍ର ଆମ୍ବୁଲାନ୍ସ ଯୋଗେ ତାଙ୍କୁ କଟକ ଅଣାଯାଇ ଏସସିବିର ମେଡ଼ିସିନ ବିଭାଗରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି । ମେଡିସିନ୍ ବିଭାଗ, ନେଫ୍ରୋଲୋଜି ବିଭାଗ ଓ ପଲ୍ୟୁମନାରୀ ମେଡିସିନ୍ ବିଭାଗର ୪ଜଣ ଡାକ୍ତରଙ୍କୁ ନେଇ ଏହି ଡାକ୍ତରୀ ଟିମ୍ ଗଠନ କରାଯାଇଛି ।
ଏସସିବି ମେଡିକାଲର ଆଇସିୟୁରେ ଭର୍ତ୍ତି କରାଯାଇ ତାଙ୍କର ଚିକିତ୍ସା ଚାଲିଛି । କିଡନୀ ଜନିତ ସମସ୍ୟା ସହ ଜ୍ବର ରୋଗରେ ଆକ୍ରାନ୍ତ ହୋଇଛନ୍ତି କମଳା ପୂଜାରୀ। ଏସସିବି ମେଡ଼ିସିନ ବିଭାଗର ପ୍ରଫେସର ଡାକ୍ତର ଜୟନ୍ତ ପଣ୍ଡାଙ୍କ ନେତୃତ୍ବରେ ଏକ ଚାରିଜଣିଆ ଡାକ୍ତରୀ ଟିମ୍ ତାଙ୍କର ଚିକିତ୍ସା କରୁଛନ୍ତି। ମେଡ଼ିସିନ ବିଭାଗ, ନେଫ୍ରୋଲୋଜି ବିଭାଗ ଓ ପଲ୍ୟୁମନାରୀ ମେଡ଼ିସିନ ବିଭାଗର ଚାରିଜଣ ଡାକ୍ତରଙ୍କୁ ନେଇ ଏହି ଡାକ୍ତରୀ ଟିମ୍ ଗଠନ କରାଯାଇଛି। ଆଗରୁ ବହୁବାର ମଧ୍ୟ କମଳା ପୂଜାରୀ ଏସସିବି ମେଡିକାଲ ଆସି ଚିକିତ୍ସିତ ହୋଇ ଯାଇଥିଲେ ।
ଗତ କିଛି ଦିନ ହେବ ଅସୁସ୍ଥ ହୋଇ ପଡ଼ିଥିବା ପଦ୍ମଶ୍ରୀ କମଳା ପୂଜାରୀଙ୍କୁ ଗତ ମଙ୍ଗଳବାର ଜୟପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କୁ ଏକ ସ୍ୱତନ୍ତ୍ର କ୍ୟାବିନରେ ରଖାଯିବା ସହ ୮ଜଣିଆ ଡାକ୍ତରୀ ଟିମ୍ ତାଙ୍କ ଚିକିତ୍ସା କରୁଥିଲେ । ମାତ୍ର ସେଠାରେ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ତାଙ୍କୁ ଆଜି କଟକ ଏସସିବିରେ ଭର୍ତ୍ତି କରାଯାଇଛି ।

କୋରାପୁଟ ଜିଲ୍ଲା ପାତ୍ରପୁଟ ଗ୍ରାମର କମଳା ପୂଜାରୀ ଲୋପ ପାଇଯାଉଥିବା ଶହେରୁ ଉର୍ଦ୍ଧ୍ୱ ସ୍ୱଦେଶୀ ଧାନ ବିହନ କିସମ ନିଜ ଜମିରେ ଚାଷ କରି,ସେଗୁଡିକର ସଂରକ୍ଷଣ କରିପାରିଛନ୍ତି । ଏଥିପାଇଁ ସେ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ ହୋଇଛନ୍ତି ।
କମଳା, କୋରାପୁଟ ଜିଲ୍ଲାର ବୈପାରୀଗୁଡ଼ା ବ୍ଳକ ଅନ୍ତର୍ଗତ କାଣ୍ଡକିଗୁଡ଼ା ଗ୍ରାମରେ ଜନ୍ମଗ୍ରହଣ କରିଥିଲେ । ତାଙ୍କ ପିତାଙ୍କ ନାମ ଥିଲା ରାମ କାଣ୍ଡକି । ଶ୍ୱଶୁରଘର ଗାଁ ପାତ୍ରପୁଟ । ତାଙ୍କର ଦୁଇ ପୁଅ ଓ ଦୁଇ ଝିଅ ଅଛନ୍ତି ।












Click it and Unblock the Notifications