ଆସନ୍ତାକାଲି ଶ୍ରୀବିଗ୍ରହଙ୍କ ପଇତାଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ଶ୍ରୀଜୀଉଙ୍କ ଦର୍ଶନ
ଆସନ୍ତାକାଲି ଅର୍ଥାତ ସୋମବାର ଦିନ ୫ ଘଣ୍ଟା ବନ୍ଦ ରହିବ ଜଗା ଦର୍ଶନ। ଅପରାହ୍ଣ ୫ଟାରୁ ତାରି ୧୦ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି। ସୂଚନା ଅନୁଯାୟୀ, କୃଷ୍ନ ଅଷ୍ଟମୀ ତିଥିରେ ଶ୍ରୀବିଗ୍ରହଙ୍କ ପଇତାଲାଗି ନୀତି ପାଇଁ ବନ୍ଦ ରହିବ ଜଗା ଦର୍ଶନ।

ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ଣ ୫ଟାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନ ଦିଆଯାଇଛି। ଏଥିସହ ୨୧ ତାରିଖରୁ ୨୪ ତାରିଖ ପର୍ଯ୍ୟନ୍ତ ୪ ଦିନ ପାଇଁ ରତ୍ନଭଣ୍ଡାର ମରାମତି ବନ୍ଦ ରହିବ।












Click it and Unblock the Notifications