ଆଜି ପଇତାଲାଗି ନୀତି: ୪ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ
Paitalagi Niti: ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହେଉଥିବା ହେତୁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ୪ ଘଣ୍ଟା ବନ୍ଦ ରହିବ। ଶ୍ରୀଜିଉଙ୍କ ପଇତାଲାଗି ନୀତି ପାଇଁ ସନ୍ଧ୍ୟା ୫ରୁ ରାତି ୯ଟା ପର୍ଯ୍ୟନ୍ତ ୪ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବା ନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ସୂଚନା ଜାରି କରାଯାଇଛି ।

ପଇତାଲାଗି ନୀତି ଏକ ବିଶେଷ ଗୁପ୍ତ ନୀତି। ଯେଉଁଥି ପାଇଁ ଶ୍ରୀମନ୍ଦିରର ଜୟବିଜୟ ଦ୍ୱାର ବନ୍ଦ ରହିବ । ଦ୍ୱିପହର ଧୂପ ସରିବା ପରେ ଦଇତାପତି ସେବକମାନେ ମହାପ୍ରଭୁଙ୍କୁ ପଇତା ଲାଗି କରିବେ । ଶ୍ରୀମନ୍ଦିର ପ୍ରଶାସନ ପାଟରା ସେବକଙ୍କୁ ପଇତା ବୋଳିବା ପାଇଁ ତିନି ରଙ୍ଗର ବାସୁଙ୍ଗାପାଟ ଯୋଗାଇଦିଆଯାଏ । ପାଟରା ସେବକ ଉକ୍ତ ବାସୁଙ୍ଗା ପାଟ ନେଇ ଶ୍ରୀଲକ୍ଷ୍ମୀ ମନ୍ଦିର ଜଗମୋହନରେ ବସି ପାଟ ପଇତା ବୋଳିଥାନ୍ତି । ପରେ ସେହି ବାସୁଙ୍ଗା ପାଟରେ ପଇତା ଲାଗି କରାଯାଇଥାଏ । ନୀତି ଶେଷ ହେବା ପରେ ଶ୍ରୀବିଗ୍ରହଙ୍କୁ ମହାସ୍ନାନ ଏବଂ ପୁରର୍ବାର ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ ।












Click it and Unblock the Notifications