Pakhala Divas: ମାର୍ଚ୍ଚ ୨୦ରେ କାହିଁକି ପାଳନ ହୁଏ 'ବିଶ୍ୱ ପଖାଳ ଦିବସ' ?
ଆଜି 'ବିଶ୍ୱ ପଖାଳ ଦିବସ' । ପଖାଳର ସ୍ଥାନ ସ୍ଵତନ୍ତ୍ର। ପଖାଳ ସହ ଓଡ଼ିଆଙ୍କ ସମ୍ପର୍କ ବହୁ ପୁରାତନ । ଖାଦ୍ୟ ବିବିଧତାର ଏହା ଅନନ୍ୟ ପରିଚୟ। ଓଡ଼ିଶାର ପାରମ୍ପାରିକ ଭୋଜନ ପଖାଳ ଅତ୍ୟନ୍ତ ସ୍ଵାଦିଷ୍ଟ ଏବଂ ଏହା ପ୍ରତ୍ୟେକ ଓଡ଼ିଆର ଭାବାବେଗ ସହ ଓତଃପ୍ରୋତଃ ଭାବେ ଜଡ଼ିତ ।
ଦିନ ଥିଲା ଗାଉଁଲିର ଝୁମ୍ପୁଡି ଘରେ ଏହାର ପରିଚୟ ଥିଲା ଓ କୃଷକର ପ୍ରମୁଖ ଆହାର ଥିଲା । କିନ୍ତୁ ସମୟ ବଦଳିବା ସହିତ ପଖାଳ ସମସ୍ତଙ୍କ ଆପଣାର ହୋଇପାରିଛି । ଏବେ ତାରକା ହେଟେଲରେ ପଖାଳ ସ୍ବତନ୍ତ୍ର ଡିସ୍ ହୋଇଛି ଓ ବଡବଡିଆଙ୍କ ଫେବରେଟ ହୋଇପାରିଛି । ପଖାଳକୁ ସାରା ଦେଶ ଓ ବଶ୍ବରେ ପରିଚିତ କରାଇବା ପାଇଁ ପ୍ରାୟାସ ଜାରି ରହିଛି । ମୁମ୍ବାଇ ଠୁ ଚେନ୍ନାଇ ଆମେରିକାରୁ ଅଷ୍ଟ୍ରେଲିଆ ଯେଉଁଠି ଓଡ଼ିଆ ସେଇଠି ରହିଛି ପଖାଳ କଂସା । ଓଡ଼ିଶାର ପାରମ୍ପରିକ ଏହି ଖାଦ୍ୟକୁ ଲୋକପ୍ରିୟ କରିବାକୁ ପ୍ରତିବର୍ଷ ଆଜିର ଦିନରେ ପ୍ରତିଟି ଓଡ଼ିଆ ପାଳନ କରୁଛନ୍ତି 'ବିଶ୍ୱ ପଖାଳ ଦିବସ' ।

ମାର୍ଚ୍ଚ ୨୦ରେ କାହିଁକି ପାଳନ ହୁଏ 'ବିଶ୍ୱ ପଖାଳ ଦିବସ' ?
ଖରା ଦିନେ ଗରମରୁ ରକ୍ଷା ପାଇବା ପାଇଁ ବା ଟିକିଏ ତୃଷ୍ଣା ନିବାରଣ ପାଇଁ ପ୍ରତି ଓଡ଼ିଆ ଖାଇଥାଏ ପଖାଳ। । ତେବେ ଖାଲି ଖରାଦିନ ନୁହେ ସବୁ ଓଡ଼ିଆଙ୍କ ପ୍ରଥମ ପସନ୍ଦ ଓ ପ୍ରିୟ ଖାଦ୍ୟ ହେଉଛି ପଖାଳ । ୨୧ ମାର୍ଚ୍ଚର ଦିନ ଓ ରାତିର ଅବଧି ସମାନ ରହିଥାଏ । ଏହି ଦିନଠୁ ଦିନର ଅବଧି ବୃଦ୍ଧି ପାଏ । ଏହା ସହ ରୌଦ୍ରତାପ ବୃଦ୍ଧି ଘଟିଥାଏ । ତାପରୁ ରକ୍ଷା ପାଇବା ପାଇଁ ଓଡ଼ିଆମାନେ ପଖାଳ ଓ ତୋରାଣିକୁ ଆଦର କରିଥାନ୍ତି । ୨୧ ମାର୍ଚ୍ଚ ମାନେ ଖରାଦିନ ଆରମ୍ଭ ପୂର୍ବ ଦିନ ମାର୍ଚ୍ଚ ୨୦କୁ ପଖାଳ ଦିବସ ଭାବେ ପାଳନ ହେଉଛି । ଏହି ଦିନ ପାଞ୍ଜିରେ ଶୀତଳା ଅଷ୍ଟମୀ ପଡ଼ୁଥିବାରୁ ଉତ୍ତର ଭାରତରେ ପାରମ୍ପରିକ ଭାବେ ମାରୁଆଡ଼ିମାନେ ଶୀତଳା ଦେବୀଙ୍କୁ ପୂଜା କରିଥାନ୍ତି । ଏହି ପୂଜାରେ ପୂର୍ବଦିନରୁ ପ୍ରସ୍ତୁତ ହୋଇଥିବା ଖାଦ୍ୟ ଦ୍ରବ୍ୟ ଯାହା ପରଦିନକୁ ଶୀତଳ ଖାଦ୍ୟ ନାମରେ ଅଭିହିତ କରାଯାଏ, ଦେବୀଙ୍କୁ ଭୋଗ ଲଗାଇବା ସହ ପ୍ରସାଦ ଭାବେ ଖାଇବାର ବିଧି ଅଛି । ଏହି ଶୀତଳ ଖାଦ୍ୟ ପଦାର୍ଥ ମଧ୍ୟରେ ପଖାଳ ଅନ୍ୟତମ ।
-
ଓଡ଼ିଶାର ୯ ଜିଲା ଦେଇ ଯିବ ଖଡ଼ଗପୁର-ବିଜୟୱାଡା ଏକ୍ସପ୍ରେସୱେ -
କ୍ରସ୍ ଭୋଟିଂ ପାଇଁ କଂଗ୍ରେସରୁ ନିଲମ୍ବନ ହେଲେ ୩ ବିଧାୟକ -
ନିଲମ୍ବିତ ବିଧାୟକମାନଙ୍କୁ ବଡ଼ ଆହ୍ବାନ ଦେଲେ ମୋକିମ୍, କହିଲେ...... -
ଆଉ ଆଲୋଚନା ନୁହେଁ, ଆମେ ପାକିସ୍ତାନଠାରୁ ପ୍ରତିଶୋଧ ନେବୁ... କାବୁଲରେ ଆକ୍ରମଣ ପରେ ତାଲିବାନ କଲା ଘୋଷଣା -
ଇରାନ-ଆମେରିକା ଯୁଦ୍ଧ, ଗିରଫ ହେଲେ ୧୯ ଭାରତୀୟ -
ଖଡଗେଙ୍କୁ ପ୍ରଶଂସା କଲେ ମୋଦୀ, କହିଲେ ତାଙ୍କ ପାଖରୁ...... -
ମହାପ୍ରଭୁଙ୍କ ଦର୍ଶନ କଲେ ଦିଲୀପ ରାୟ: କହିଲେ… -
ରାଜ୍ୟରେ ଆସନ୍ତା ୫ଦିନ ଧରି ଘଡ଼ଘଡ଼ି ଓ ବର୍ଷା ! -
Rajya Sabha Election : ୪ ବିଜୟୀ ନେତାଙ୍କୁ ମିଳିଲା ସାର୍ଟିଫିକେଟ୍ -
ଗୁଜୁରାଟ ମୁନ୍ଦ୍ରା ବନ୍ଦରରେ ପହଞ୍ଚିଲା ଶିବାଲିକ୍ ଏଲ୍ପିଜି ଟ୍ୟାଙ୍କର -
ଭୁବନେଶ୍ବରରେ ପହଞ୍ଚିଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ -
ବିଜେଡିର ୬ ବିଧାୟକଙ୍କୁ କାରଣ ଦର୍ଶାଅ ନୋଟିସ୍












Click it and Unblock the Notifications