Get Updates
Get notified of breaking news, exclusive insights, and must-see stories!

ରାଜ୍ୟରେ ବ୍ୟାନ୍ ହେବନି ପାନ ମସଲା, ସ୍ବାସ୍ଥ୍ୟ ବିଭାଗ ଦେଲା ସ୍ପଷ୍ଟୀକରଣ

ରାଜ୍ୟରେ ବ୍ୟାନ୍ ହେବନି ପାନ ମସଲା। ଏନେଇ CT & GST ଓ ଅର୍ଥ ବିଭାଗକୁ ସ୍ୱାସ୍ଥ୍ୟ ସଚିବ ଚିଠି ଲେଖିଛନ୍ତି। ଚିଠି ଲେଖି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସ୍ପଷ୍ଟୀକରଣ ହୋଇଛି। ପାନ ମସଲାରେ ଟବାକୋ ଓ ନିକୋଟିନ୍ ନଥିବା ଚିଠିରେ ଉଲ୍ଲେଖ ହୋଇଛି।

Pan masala

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି। ରାଜ୍ୟରେ ବନ୍ଦ ହେଲା ପାନ ମସଲା, ଗୁଟଖା, ଖଇନି ଆଦି ମାଦକ ପଦାର୍ଥ। ରାଜ୍ୟରେ ପାନ ମସଲା, ଗୁଟଖା, ଖଇନିରେ ପ୍ରତିବନ୍ଧକ ଲଗାଇଲେ ସରକାର। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଭଳି ମାଦକ ପଦାର୍ଥର ଉତ୍ପାଦନ, ପ୍ରସ୍ତୁତି, ପ୍ୟାକେଜିଂକୁ ବ୍ୟାନ୍ ଲଗାଯିବା ସହ ଏହାର ବ୍ୟବସାୟ, ବିକ୍ରି, ପରିବହନରେ ପ୍ରତିବନ୍ଧକ ଲଗାଯାଇଛି।

ରାଜ୍ୟ ସରକାର ୨୦୧୩ରେ କରିଥିବା ଏକ ବିଜ୍ଞପ୍ତି ଆଧାରରେ ବୁଧବାର ସାନି ବିଜ୍ଞପ୍ତି ଜାରି କରିଛନ୍ତି । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ସାଧାରଣ ଜନସ୍ୱାସ୍ଥ୍ୟର ସୁରକ୍ଷା ଦୃଷ୍ଟିକୋଣରୁ ରାଜ୍ୟ ସରକାର ଓଡ଼ିଶାରେ ଗୁଟ୍ଖା, ପାନ ମସଲା, ଜର୍ଦ୍ଦା, ଖଇନି ଓ ତମାଖୁ କିମ୍ବା ନିକୋଟିନ୍ ଯୁକ୍ତ ସମସ୍ତ ପ୍ରକାରର ଖାଦ୍ୟ ପଦାର୍ଥର ଉତ୍ପାଦନ, ପ୍ରସ୍ତୁତି, ପ୍ୟାକେଜିଂ, ସଞ୍ଚୟ, ପରିବହନ, ବଣିଜ୍ୟ ଓ ବିକ୍ରୟ ଉପରେ ପ୍ରତିବନ୍ଧ ଜାରି କରିଛନ୍ତି । ଏହି ନିଷେଧାଜ୍ଞା ଖାଦ୍ୟ ସୁରକ୍ଷା ଓ ମାନକ ଆଇନ-୨୦୦୬ ଏବଂ ଖାଦ୍ୟ ସୁରକ୍ଷା ଓ ମାନକ (ବିକ୍ରୟ ଉପରେ ପ୍ରତିବନ୍ଧ ଓ ନିୟନ୍ତ୍ରଣ) ବିଧି-୨୦୧୧ର ଧାରା ୨.୩.୪ ଅନୁଯାୟୀ ଜାରି କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+