ପଞ୍ଚାୟତ ନିର୍ବାଚନ ୨୦୨୨: ଦ୍ଵିତୀୟ ଦିନରେ ୧୩ ହଜାର ୩୫୬ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ
ଦ୍ବିତୀୟ ଦିନରେ ୱାର୍ଡ ମେମ୍ଵର, ସରପଞ୍ଚ, ସମିତି ସଭ୍ୟ ଓ ଜିଲ୍ଲା ପରିଷଦର ୧୩ ହଜାର ୩୫୬ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଛନ୍ତି । ରାଜ୍ୟ ନିର୍ବାଚନ ଆୟୋଗଙ୍କ ସଚିବ ରବୀନ୍ଦ୍ର ସାହୁ ଏନେଇ ସୂଚନା ଦେଇଛନ୍ତି ।
ଭୁବନେଶ୍ବର: ପଞ୍ଚାୟତ ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ନାମାଙ୍କନ ପ୍ରକ୍ରିୟା ଜାରି ରହିଛି । ଦ୍ବିତୀୟ ଦିନରେ ୱାର୍ଡ ମେମ୍ଵର, ସରପଞ୍ଚ, ସମିତି ସଭ୍ୟ ଓ ଜିଲ୍ଲା ପରିଷଦର ୧୩ ହଜାର ୩୫୬ ପ୍ରାର୍ଥୀ ନାମାଙ୍କନ ଦାଖଲ କରିଛନ୍ତି । ରାଜ୍ୟ ନିର୍ବାଚନ ଆୟୋଗଙ୍କ ସଚିବ ରବୀନ୍ଦ୍ର ସାହୁ ଏନେଇ ସୂଚନା ଦେଇଛନ୍ତି ।

ତେବେ ରାଜ୍ୟର ବିଭିନ୍ନ ସ୍ଥାନରେ ସରପଞ୍ଚ ପଦବୀ ପାଇଁ ୧୫୪୬ ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଥିବା ବେଳେ ୱାର୍ଡମେମ୍ବର ପାଇଁ ୧୦୭୩୪ ଜଣ, ସମିତି ସଭ୍ୟ ପାଇଁ ୧୦୩୪ ଓ ୪୨ ଜଣ ଜିଲ୍ଲା ପରିଷଦ ସଭ୍ୟ ଭାବେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ନାମାଙ୍କନପତ୍ର ଦାଖଲର ପ୍ରଥମ ଦିନରେ ରାଜ୍ୟରେ ୮୭୭୨ ଜଣ ପ୍ରାର୍ଥୀ ପଞ୍ଚାୟତ ମୈଦାନକୁ ଓହ୍ଲାଇଥିଲେ ।
ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ପ୍ରାର୍ଥୀପତ୍ର ଦାଖଲ କରିପାରିବେ ପ୍ରାର୍ଥୀ । ଆଉ ୨୨ ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚ ହେବା ପରେ ୨୫ ତାରିଖ ସୁଦ୍ଧା ନାମାଙ୍କନପତ୍ର ପ୍ରତ୍ୟାହାର ହୋଇପାରିବ । ଆଉ ୨୫ ତାରିଖରେ ହିଁ ଚୂଡାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ । ଫେବ୍ରୁଆରୀ ୧୬ରୁ ୨୪ ମଧ୍ୟରେ ୫ଟି ପର୍ଯ୍ୟାୟରେ ନିର୍ବାଚନ ହେବ । ନାମାଙ୍କନପତ୍ର ଦାଖଲ ଆରମ୍ଭ ହୋଇଥିବା ବେଳେ ଆଜି କିଛି ସ୍ଥାନରେ ଉତ୍ତେଜନା ଦେଖିବାକୁ ମିଳିଛି ।












Click it and Unblock the Notifications