ପଞ୍ଚାୟତ ନିର୍ବାଚନ ୨୦୨୨: ପ୍ରଥମ ଦିନରେ ନାମାଙ୍କନ ଭରିଲେ ୮୭୭୨ ଜଣ ପ୍ରାର୍ଥୀ

ପଞ୍ଚାୟତ ନିର୍ବାଚନ ପାଇଁ ବିଭିନ୍ନ ପଦପଦବୀ ପାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି ପ୍ରାର୍ଥୀ । ନାମାଙ୍କନପତ୍ର ଦାଖଲର ଆଜି ପ୍ରଥମ ଦିନ ହୋଇଥିବା ବେଳେ ଗୋଟିଏ ଦିନରେ ୮୭୭୨ ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଛନ୍ତି ।

ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ପାଇଁ ଆଜିଠାରୁ ନାମାଙ୍କନ ପତ୍ର ଦାଖଲ ଆରମ୍ଭ ହୋଇଛି । ପଞ୍ଚାୟତ ନିର୍ବାଚନ ପାଇଁ ବିଭିନ୍ନ ପଦପଦବୀ ପାଇଁ ନାମାଙ୍କନପତ୍ର ଦାଖଲ କରିଛନ୍ତି ପ୍ରାର୍ଥୀ । ନାମାଙ୍କନପତ୍ର ଦାଖଲର ଆଜି ପ୍ରଥମ ଦିନ ହୋଇଥିବା ବେଳେ ଗୋଟିଏ ଦିନରେ ୮୭୭୨ ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଛନ୍ତି । ରାଜ୍ୟର ବିଭିନ୍ନ ସ୍ଥାନରେ ସରପଞ୍ଚ ପଦବୀ ପାଇଁ ୧୧୨୨ ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଥିବା ବେଳେ ୱାର୍ଡମେମ୍ବର ପାଇଁ ୭୧୧୬ ଜଣ, ସମିତି ସଭ୍ୟ ପାଇଁ ୫୧୨ ଓ ୨୨ ଜଣ ଜିଲ୍ଲା ପରିଷଦ ସଭ୍ୟ ଭାବେ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ।

panchayat election

ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ପ୍ରାର୍ଥୀପତ୍ର ଦାଖଲ କରିପାରିବେ ପ୍ରାର୍ଥୀ । ଆଉ ୨୨ ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚ ହେବା ପରେ ୨୫ ତାରିଖ ସୁଦ୍ଧା ନାମାଙ୍କନପତ୍ର ପ୍ରତ୍ୟାହାର ହୋଇପାରିବ । ଆଉ ୨୫ ତାରିଖରେ ହିଁ ଚୂଡାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ । ଫେବ୍ରୁଆରୀ ୧୬ରୁ ୨୪ ମଧ୍ୟରେ ୫ଟି ପର୍ଯ୍ୟାୟରେ ନିର୍ବାଚନ ହେବ ।

ତେବେ ଆଜି ପ୍ରାର୍ଥୀପତ୍ର ଦାଖଲର ପ୍ରଥମ ଦିନରେ ଦେଖିବାକୁ ମିଳିଛି ଏକ ଅଜବ ଦୃଶ୍ୟ । ବଲାଙ୍ଗିର ଜିଲ୍ଲା ପୁଇଁନ୍ତଲା ବ୍ଲକ୍ ବିଲେଇସର୍ଡା ଗାଁରେ ଜଣେ ନିର୍ଦ୍ୱନ୍ଦ୍ୱରେ ସରପଞ୍ଚ ପ୍ରାର୍ଥୀ ଭାବେ ମନୋନୀତ ହୋଇଛନ୍ତି । ମାତ୍ର ସେ ଏଥିପାଇଁ ୪୪ ହଜାର ଟଙ୍କା ଦେଇଥିବା ସୂଚନା ମିଳିଛି । ତେବେ ଏହି ଖବର ପ୍ରଚାରିତ ହେବା ପରେ ଜିଲ୍ଲାପାଳଙ୍କୁ ରିପୋର୍ଟ ମାଗିଛନ୍ତି ରାଜ୍ୟ ନିର୍ବାଚନ କମିଶନ । ଗଣମାଧ୍ୟମରେ ପ୍ରକାଶ ପାଇଥିବା ଖବରର ସତ୍ୟାସତ୍ୟ ଜଣାଇବାକୁ ନିର୍ଦ୍ଦେଶ ଦେଇଛନ୍ତି । ଆସନ୍ତାକାଲି ସଂଧ୍ୟା ୫ଟା ମଧ୍ୟରେ ରିପୋର୍ଟ ଦେବାକୁ ECଙ୍କ ନିର୍ଦ୍ଦେଶ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+